ଲକ୍ଷ୍ମୀପୁର: ଜଣେ ବ୍ୟକ୍ତି ନିଜ ବାପାଙ୍କ ଅନ୍ତିମ ସଂସ୍କାର ପାଇଁ ଜିନିଷ କିଣିବା ପାଇଁ ବଜାରକୁ ଆସିଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଛନ୍ତି। ଉତ୍ତର ପ୍ରଦେଶ ଲକ୍ଷ୍ମୀପୁରରେ ଏଭଳି ଅଘଟଣ ଘଟିଛି। ଶନିବାର ମିତଉଲି-ମଇଗଲଗଞ୍ଜ ଲିଙ୍କ ରୋଡରେ ଏକ ଚାରି ଚକିଆ ଭ୍ୟାନ ସହ ଧକ୍କା ହେବା ଫଳରେ ସୁନୀଲଙ୍କର (୩୨) ମୃତ୍ୟୁ ଘଟିଛି।
ସୁନୀଲ ଦୁର୍ଘଟଣାର ଶିକାର ହେବା ପରେ ସ୍ଥାନୀୟ ହସ୍ପିଟାଲରେ ସୁନୀଲଙ୍କୁ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସୁନୀଲଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ସୁନୀଲଙ୍କ ମୁଣ୍ଡରେ ଆଘାତ ଅଧିକ ଲାଗିଥିବାରୁ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ଡାକ୍ତର କାରଣ ଦର୍ଶାଇଛନ୍ତି। ସୂଚନାଯୋଗ୍ୟ, ସୁନୀଲ ଗାଡ଼ି ଚଳାଇବା ବେଳେ ହେଲମେଟ ପିନ୍ଧିନଥିଲେ। ଆଜି ଉଭୟ ସୁନୀଲ ଏବଂ ତାଙ୍କ ମୃତ ବାପାଙ୍କ ଅନ୍ତିମ ସଂସ୍କାର ଏକା ସାଙ୍ଗରେ ହେବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ସୁନୀଲ କୁମାର ଶିବପୁରୀ ଗାଁର ବାସିନ୍ଦା। ଶୁକ୍ରବାର ରାତିରେ ତାଙ୍କର ବାପାଙ୍କର ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂଘ ନିର୍ବାଚନରେ NSUIର ବାଜିମାତ
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅଧ୍ୟକ୍ଷ ଓ ଯୁଗ୍ମ ସମ୍ପାଦକ ପଦ ଜିତିଲା ଏନଏସୟୁଆଇ। ଉପାଧ୍ୟକ୍ଷ ଓ ସଚିବ ପଦରେ ଏବିଭିପିର ବିଜୟ।
National
ଦିଲ୍ଲୀ ପ୍ରଦୂଷଣ: ସ୍କୁଲ ଖୋଲିବା ଉପରେ CAQM ନେବ ନିଷ୍ପତ୍ତି, ଶ୍ରମିକଙ୍କୁ ମିଳୁ ଭତ୍ତା
ବାୟୁ ପ୍ରଦୂଷଣ ଭିତରେ ଦିଲ୍ଲୀରେ ସ୍କୁଲ ଖୋଲିବା ନିଷ୍ପତ୍ତି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ଉପରେ ଛାଡ଼ିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ନିର୍ମାଣ କାର୍ଯ୍ୟ ବନ୍ଦ ଥିବାରୁ ଶ୍ରମିକମାନଙ୍କୁ ଭତ୍ତା ପ୍ରଦାନ କରିବାକୁ ନିର୍ଦ୍ଦେଶ।
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଦିଲ୍ଲୀ ପ୍ରଦୂଷଣ; ଚେକ୍ ପୋଷ୍ଟରେ ଜଗୁନି ପୁଲିସ, ତାତିଲେ ସୁପ୍ରିମକୋର୍ଟ
ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ଲାଗି ନିର୍ମାଣ କାର୍ଯ୍ୟ ଠାରୁ ଆରମ୍ଭ କରି ସହରରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଲାଗିଛି। ହେଲେ ଏସବୁକୁ ତଦାରଖ କରିବା ପାଇଁ ସହରର ଚେକ୍ ପୋଷ୍ଟରେ ନାହାନ୍ତି ପୁଲିସ ଅଧିକାରୀ।