କରୋନା ସନ୍ଦିଗ୍ଧ ହସ୍ପିଟାଲରୁ ଡେଇଁ କଲେ ଆତ୍ମହତ୍ୟା

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଆକ୍ରାନ୍ତ କରିଥିବା ସନ୍ଦେହରେ ଜଣେ ବ୍ୟକ୍ତି ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସେ ହସ୍ପିଟାଲର ୭ମ ମହଲାରୁ ତଳକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଏହି ବ୍ୟକ୍ତି ଜଣଙ୍କୁ ଏୟାରପୋର୍ଟ ଅଧିକାରୀମାନେ ହିଁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହସ୍ପିଟାଲ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ଏୟାରପୋର୍ଟ ଅଧିକାରୀମାନେ ଉକ୍ତ ବ୍ୟକ୍ତି କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରି ହସ୍ପିଟାଲକୁ ଆଣିଥିଲେ। ଏହା ପରେ […]

b

b

Hemant Lenka
  • Published: Thursday, 19 March 2020
  • Updated: 19 March 2020, 10:53 AM IST

Sports

Latest News

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଆକ୍ରାନ୍ତ କରିଥିବା ସନ୍ଦେହରେ ଜଣେ ବ୍ୟକ୍ତି ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସେ ହସ୍ପିଟାଲର ୭ମ ମହଲାରୁ ତଳକୁ ଡେଇଁ ଆତ୍ମହତ୍ୟା କରିଛନ୍ତି।

ଏହି ବ୍ୟକ୍ତି ଜଣଙ୍କୁ ଏୟାରପୋର୍ଟ ଅଧିକାରୀମାନେ ହିଁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହସ୍ପିଟାଲ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ଏୟାରପୋର୍ଟ ଅଧିକାରୀମାନେ ଉକ୍ତ ବ୍ୟକ୍ତି କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରି ହସ୍ପିଟାଲକୁ ଆଣିଥିଲେ। ଏହା ପରେ ତାଙ୍କୁ କରୋନା ରୋଗୀଙ୍କ ପାଇଁ ନିର୍ମାଣ ହୋଇଥିବା ସ୍ୱତନ୍ତ୍ର ୱାର୍ଡରେ ଭର୍ତ୍ତି କରାଯାଇଥିଲା। ତାଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠା ଯାଇଥିବା ବେଳେ ସେ ୭ ମହଲା ଉପରୁ ତଳକୁ ଡେଇଁ ଆତ୍ମହତ୍ୟା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos