ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ନୋଏଡା ଜିଲ୍ଲା ତଥା ଦିଲ୍ଲୀ ଓ ଉତ୍ତର ପ୍ରଦେଶର ସୀମାରେ ଥିବା ଏକ ଜାତୀୟ ଘରୋଇ ନ୍ୟୁଜ୍ ଚ୍ୟାନେଲର ୨୮ ଜଣ କର୍ମଚାରୀ ତଥା ସାମ୍ୱାଦିକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅନ୍ୟପଟେ ଆଜି ନୋଏଡାରୁ ମୋଟ୍ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ ଆକ୍ରାନ୍ତ ସାମ୍ୱାଦିକଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି। ଏବେ ସଂପୃକ୍ତ ନ୍ୟୁଜ ଚ୍ୟାନେଲକୁ ସିଲ୍ କରାଯାଇଥିବା ଜଣାପଡ଼ିଛି। ୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ ନୋଏଡାର ହୋଇଥିବାବେଳେ ୧୩ ଜଣ ଦିଲ୍ଲୀର।
ଏହାବାଦ୍ ଗ୍ରେଟର ନୋଏଡାର ଦୁଇ ବଡ଼ ମୋବାଇଲ କମ୍ପାନୀର ମୋଟ୍ ୧୧ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଗୋଟିଏ ମୋବାଇଲ କମ୍ପାନୀର ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ଗୌତମବୁଦ୍ଧ ନଗରର ହୋଇଥିବାବେଳେ ଜଣେ ଗାଜିଆବାଦର। ସେହିପରି ଆଉ ୨ ଜଣ ଆଉ ଏକ ମୋବାଇଲ କମ୍ପାନୀର। ଏବେ ଏହି ଦୁଇ ମୋବାଇଲ କମ୍ପାନକୁ ସିଲ୍ କରି ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।