ରାୟପୁର: ଛତିଶଗଡ଼ର କାଙ୍କେରା ଜିଲ୍ଲାରେ ଆଜି ବିଏସ୍ଏଫ୍ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ଜଣ ଯବାନ ସହିଦ ହୋଇଥିବା ବେଳେ ଆଉ ୪ ଜଣ ଆହତ ହୋଇଛନ୍ତି। ମୃତ ଯବାନ ଦ୍ୱୟ ହେଲେ ବିଜୟ କୁମାର ଓ ରାକେଶ।
ଆହତ ଯବାନମାନଙ୍କୁ ରାୟପୁର ହସ୍ପପିଟାଲରେ ଭର୍ତ୍ତି କରାଯାଇଛି।
ଚୋଟିବିଟିୟା ସ୍ଥିତ ବିଏସଏଫ୍ କ୍ୟାମ୍ପରୁ ଗତକାଲି ବିଳମ୍ବିତ ରାତିରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା। ଆଜି ବଡ଼ି ଭୋରରେ ବେଚା ଜଙ୍ଗଲରେ ଯବାନମାନେ କମ୍ବିଂ କରୁଥିବା ବେଳେ ମାଓବାଦୀଙ୍କ ସହିତ ମୁହାଁମୁହିଁ ହୋଇଥିଲେ। ସେମାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା।
ମିଳିଥିବା ଖବର ଅନୁଯାୟୀ ଏ ଘଟଣା ପରେ ଉକ୍ତ ଅଞ୍ଚଳରେ କମ୍ବିଂ ଅପରେସନ୍କୁ ଜୋରଦାର କରି ଦିଆଯାଇଛି।
ସୂଚନାଯୋଗ୍ୟ,ଗତକାଲି ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ମୁରଲୀଗୁଡ଼ାରେ ସିଆରପିଏଫ୍ ଯବାନମାନେ ସର୍ଚ୍ଚ ଅପରେସନ୍ କରୁଥିବା ବେଳେ ମାଓବାଦୀମାନେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରିଥିଲେ। ଫଳରେ ୪ ଯବାନ ଆହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।