ନୂଆଦିଲ୍ଲୀ:ଭାରତୀୟ ବାୟୁ ସେନାର ମାର୍ଶାଲ ଅର୍ଜନ ସିଂଙ୍କ ପରଲୋକ। ମୃତ୍ୟୁବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ଆଜି ଦିଲ୍ଲୀ ସ୍ଥିତ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫେରାଲ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ହୃଦ୍ଘାତର ଶିକାର ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ ହସ୍ପିଟାଲ ଯାଇ ତାଙ୍କର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ୧୯୬୫ରେ ଭାରତ ପାକିସ୍ତାନ ଯୁଦ୍ଧ ବେଳେ ଅର୍ଜନ ବାୟୁସେନା ମୁଖ୍ୟ ଥିଲେ। ବାୟୁସେନାରେ ନେତୃତ୍ୱ ଦକ୍ଷତା ଯୋଗୁଁ ତାଙ୍କୁ ପଦ୍ମବିଭୂଷଣରେ ସମ୍ମାନିତ କରାଯାଇଥିଲା। ଫିଲ୍ଡ ମାର୍ଶାଲ ଭଳି ସମାନ ପଦବୀ ପାଇବାରେ ଅର୍ଜନ ସିଂ ହେଉଛନ୍ତି ଏକମାତ୍ର ବାୟୁସେନା ଅଧିକାରୀ । ୨୦୦୨ରେ ତାଙ୍କୁ ଫାଇଭ୍ ଷ୍ଟାର୍ ରାଙ୍କ ମିଳିଥିଲା । ତାଙ୍କ ମୃତ୍ୟୁରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।