ନୂଆଦିଲ୍ଲୀ: ପଞ୍ଜାବର ପୂର୍ବତନ ମନ୍ତ୍ରୀ ତଥା ଅମୃତସର (ପୂର୍ବ)ର କଂଗ୍ରେସ ବିଧାୟକ ନଭଜୋତ ସିଂହ ସିଦ୍ଧୁ ଦିଲ୍ଲୀ ପ୍ରଦେଶ କଂଗ୍ରେସର ସଭାପତି ହୋଇପାରନ୍ତି। ଗଣମାଧ୍ୟମରେ ଏଭଳି ଚର୍ଚ୍ଚା ଆରମ୍ଭ ହୋଇଛି। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଦେହାନ୍ତ ପରେ ଏହି ପଦବୀ ଖାଲି ପଡ଼ିଛି। ତେବେ ନଭଜୋତଙ୍କୁ ନେଇ ଆରମ୍ଭ ହୋଇଥିବା ଚର୍ଚ୍ଚାକୁ ଖଣ୍ଡନ କରିଛି କଂଗ୍ରେସ ଦଳ।
ଖବର ସରବରାହ ସଂସ୍ଥା ଏଏନଆଇ ଟ୍ୱିଟ୍ କରି କହିଛି ନଭଜୋତ ସିଂହ ସିଦ୍ଧୁ ଦିଲ୍ଲୀ କଂଗ୍ରେସ ସଭାପତି ହୋଇପାରନ୍ତି । ରାହୁଲ ଗାନ୍ଧିଙ୍କ ସ୍ଥାନରେ ଦଳର ଅନ୍ତରୀଣ ସଭାପତି ନିଯୁକ୍ତ ହେବା ପରେ ଦିଲ୍ଲୀ କଂଗ୍ରେସ ସଭାପତି ଭାବରେ ସିଦ୍ଧୁଙ୍କ ନାମ ଘୋଷଣା ହେବାର ସମ୍ଭାବନା ରହିଛି ବୋଲି ଏଏନଆଇ ପ୍ରକାଶ କରିଛି।
କିନ୍ତୁ ଦିଲ୍ଲୀ କଂଗ୍ରେସ ଦାୟିତ୍ୱରେ ଥିବା ପିସି ଚାକୋ ଏଭଳି ଖବରକୁ ଖଣ୍ଡନ କରିଛନ୍ତି। ତାଙ୍କ ସହିତ ଦିଲ୍ଲୀ କଂଗ୍ରେସର କୌଣସି ନେତା ଏବାବଦରେ ଆଲୋଚନା କରି ନାହାନ୍ତି ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।