ନୂଆଦିଲ୍ଲୀ: ୬୪ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ବସ ଦୁର୍ଘଟଣାର ଶିକାର ହୋଇଛି। ବସର ଚକା ଫାଟିଯିବା ପରେ ଡ୍ରାଇଭର ଭାରସାମ୍ୟ ହରାଇଥିଲେ। ଏହାପରେ ବସଟି ଦୁର୍ଘଟଣାର ଶିକାର ହୋଇଛି। ୬୪ ଯାତ୍ରୀଙ୍କ ମଧ୍ୟରୁ ୧୮ ଜଣ ଆହତ ହୋଇଥିବା ସୂଚନା ରହିଛି। ବସଟି ପ୍ରବାସୀଙ୍କୁ ନେଇ ଦିଲ୍ଲୀରୁ ବିହାର ମୁଜାଫରନଗର ଯାଉଥିଲା। କାନପୁର ଦେଇ ଯାଇଥିବା ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ଓ୍ୱେ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲା ବୋଲି ବିଲହଉରୁ ଥାନା ଅଧିକାରୀ ସନ୍ତୋଷ କୁମାର ଅଓ୍ୱସ୍ତୀ କହିଛନ୍ତି।
https://twitter.com/PTI_News/status/1272530870260207621
ବସଟି ଦୁର୍ଘଟଣାର ଶିକାର ହେବା ପରେ ସ୍ଥାନୀୟ ଲୋକମାନେ ଦୁର୍ଘଟଣାସ୍ଥଳକୁ ଯାଇଥିଲେ। ଏହାପରେ ପୁଲିସକୁ ସୂଚନା ମିଳିଥିଲା। ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କୁ ଲାଲା ଲଜପତ ରାୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।
National
୨୦ରେ ଟ୍ରମ୍ପଙ୍କ ଶପଥ, ଯୋଗ ଦେବେ ଜୟଶଙ୍କର
ଟ୍ରମ୍ପଙ୍କ ଶପଥ ସମାରୋହରେ ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଂଶଗ୍ରହଣ କରିବେ।