ଶ୍ରୀନଗର: ସୁରକ୍ଷା ବାହିନୀଙ୍କ ଗୁଳିରେ ଜମ୍ମୁ କଶ୍ମୀର ସୋପର ଜିଲ୍ଲାର ଜଣେ ଆତଙ୍କବାଦୀ ଆଜି ନିହତ ହୋଇଛି। ମୃତ ଆତଙ୍କବାଦୀ ପାକିସ୍ତାନର ଆତଙ୍କବାଦୀ ସଂଗଠନ ସହ ଲସ୍କର-ଇ-ତୋଇବା ସହ ଜଡ଼ିତ ଥିଲା। ତାର ନାମ ଅଶିଫ୍ ମକବୁଲ ଭଟ୍ଟ। ଦୁଇ ଦିନ ତଳେ ଜଣେ ଫଳ ବ୍ୟବସାୟୀଙ୍କ ଘର ଉପରକୁ ଆତଙ୍କବାଦୀ ଆକ୍ରମଣ କରିଥିଲେ, ଯେଉଁଥିରେ ଜଣେ ୨ ବର୍ଷୀୟ ଝିଅର ମୃତ୍ୟୁ ଘଟିଥିଲା ଓ ଅନ୍ୟ ୨ ଜଣ ଆହତ ହୋଇଥିଲେ। ଗୁଳି ମାରିଥିବା ଆତଙ୍କବାଦୀ ଜଣଙ୍କ ଏହି ଅଶିଫ୍ ଥିଲା ବୋଲି ଜମ୍ମୁ କଶ୍ମୀର ପୁଲିସ ସୂଚନା ଦେଇଛି।
ନିହତ ଲସ୍କର-ଇ-ତୋଇବାର ଆତଙ୍କବାଦୀ ଆସିଫ୍ ପାଖରୁ ପୁଲିସ୍ ବହୁ ଅସ୍ତ୍ରଶସ୍ତ୍ର ସହିତ ଗୋଳାବାରୁଦ ଜବତ କରିଛି। ଏହି ଏନକାଉଣ୍ଟରରେ ଜଣେ ପୁଲିସକର୍ମୀ ଆହତ ମଧ୍ୟ ହୋଇଛନ୍ତି।
ସୂଚନାଯୋଗ୍ୟ, ଗତକାଲି ସୋପର ଜିଲ୍ଲାରେ ସ୍ଥାନୀୟ ଲୋକଙ୍କୁ ଧମକ ଚମକ ଦେବା ଅଭିଯୋଗରେ ୮ ଲସ୍କର-ଇ-ତୋଇବାର ଆତଙ୍କବାଦୀ ଗିରଫ ହୋଇଥିଲେ।
ଆଜି ସୋପୋରରେ ଆତଙ୍କବାଦୀମାନେ ଲୁଚିଥିବା ନେଇ ଖବର ମିଳିବା ପରେ ସୁରକ୍ଷା ବାହିନୀ ତୁରନ୍ତ ସ୍ଵତନ୍ତ୍ର ଅପରେଶନ ଆରମ୍ଭ କରିଥିଲେ। ଏହାପରେ ଉଭୟ ସେନା ଓ ଆତଙ୍କବାଦୀ ପଟୁ ଫାଇରିଙ୍ଗ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।
National
ସ୍କୁଲଗୁଡ଼ିକୁ ବୋମା ଧମକ ମିଳିବା ପଛରେ ଦ୍ୱାଦଶ ଶ୍ରେଣୀ ଛାତ୍ର
ପିଲାଟି ପ୍ରାୟ ୨୩ ଥର ବିଭିନ୍ନ ସ୍କୁଲକୁ ଇ-ମେଲ ଯୋଗେ ବୋମା ଧମକ ଦେଇଥିଲା। କେବଳ ନିଜ ସ୍କୁଲକୁ ଛାଡ଼ି ଆଉ ସବୁ ସ୍ଥାନକୁ ସେ ଧମକପୂର୍ଣ୍ଣ ଇ-ମେଲ ପଠାଉଥିଲା। ଏବେ ତା’ର କାଉନସିଲିଂ ଚାଲିଥିବା ଡିସିପି ଚୌହାନ ସୂଚନା ଦେଇଛନ୍ତି।
National
ବିଜେପିର ପୂର୍ବତନ ବିଧାୟକଙ୍କ ଘରେ IT ରେଡ: ମିଳିଲା କୋଟି କୋଟି ଟଙ୍କା ସହ ୩ଟି କୁମ୍ଭୀର
ଏହି କୁମ୍ଭୀର ଗୁଡ଼ିକୁ ଖାଇବା ପିଇବାକୁ ଦେଇ ଶ୍ରୀ ରାଥୋର ତାଙ୍କ ପୋଖରୀରେ ପାଳିଥିଲେ।
Politics
ତେଜିଲା ଆପ୍ ଓ ବିଜେପି ପୋଷ୍ଟର ୱାର: ଗାଲିବାଜ ଦାନବ ବନାମ ପୂର୍ବାଞ୍ଚଳର ଶତ୍ରୁ
ଆପ୍ ପକ୍ଷରୁ ଅତିରିକ୍ତ ଭାବେ ଜାରି କରାଯାଇଥିବା ପୋଷ୍ଟରର ଶୀର୍ଷକ ‘ବିଜେପି କେ ଗାଲିବାଜ ଦାନବ ସେ ଦିଲ୍ଲୀ ରହେ ସତର୍କ’ ରଖାଯାଇଛି। ଗାଲିବାଜ ଦାନବ ପୋଷ୍ଟରରେ ଅମିତ ଶାହ, ମନୋଜ ତିୱାରୀ, ରମେଶ ବିଧୁରୀ, ବୀରେନ୍ଦ୍ର ସଚଦେବା ଓ ପ୍ରବେଶ ବର୍ମାଙ୍କ ଫଟୋ ରହିଛି।