ନୂଆଦିଲ୍ଲୀ: ଦିଲ୍ଲୀର କ୍ୟାଣ୍ଟୋନମେଣ୍ଟ ଅଞ୍ଚଳରେ ଥିବା ଆର୍ମି ହସ୍ପିଟାଲରେ କରୋନା ଭାଇରସ ପ୍ରବେଶ କରିଛି। ଏଠାରେ ଭର୍ତ୍ତି ହୋଇଥିବା ୨୪ ଜଣ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ଜଣେ କାର୍ଯ୍ୟରତ ଓ ଆଉ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ରହିଛନ୍ତି।
ଏମାନଙ୍କୁ ବେସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। କରୋନାରେ ଆକ୍ରାନ୍ତ ହୋଇଥିବା ସମସ୍ତ ଲୋକ କ୍ୟାନସର ବିଭାଗରେ ରହିଥିଲେ। ତେବେ ଏମାନଙ୍କ ସଂସ୍ପର୍ଶରେ ଆସି କୌଣସି ସ୍ୱାସ୍ଥ୍ୟକର୍ମୀ ସଂକ୍ରମଣର ଶିକାର ହୋଇନାହାନ୍ତି।
ମାର୍ଚ୍ଚ ମାସରେ ପ୍ରଥମଥର ଜଣେ ଭାରତୀୟ ସେନାରେ କରୋନା ପ୍ରବେଶ କରିଥିଲା। ଏହାପରେ ଏକାଧିକ ଯବାନ ଓ ଅଧିକାରୀମାନେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ଚାଲିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।