ନୂଆଦିଲ୍ଲୀ: ଭାରତର ବହୁ ପ୍ରତିକ୍ଷୀତ ପ୍ରଥମ ବୁଲେଟ୍ ଟ୍ରେନ ପ୍ରକଳ୍ପର ଆଜି ଶିଳାନ୍ୟାସ ହେବ। ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଅହମ୍ମଦାବାଦରେ ଏହି ପ୍ରକଳ୍ପର ଶିଳାନ୍ୟାସ କରାଯିବ। ଅହମ୍ମଦାବାଦ-ମୁମ୍ବାଇ ମଧ୍ୟରେ ଚାଲିବ ଏହି ଟ୍ରେନ୍। ଦୀର୍ଘ ୫୦୮ କିଲୋମିଟର ଲମ୍ବର ଏହା ହେଉଛି ମୁମ୍ବାଇ-ଅହମ୍ମଦାବାଦ ହାଇ ସ୍ପିଡ ରେଳ ପ୍ରୋଜେକ୍ଟ। ଏହି ରେଳପଥ ମଧ୍ୟରେ ୧୨ଟି ଷ୍ଟେସନ ରହିବ। ଟ୍ରେନର ସର୍ବାଧିକ ଡିଜାଇନ ସ୍ପିଡ୍ ୩୫୦ କିଲୋମିଟର ଥିବା ବେଳେ ଅପରେଟିଂ ସ୍ପିଡ୍ ପ୍ରତିଘଣ୍ଟାରେ ୩୨୦ କିଲୋମିଟର ରହିବ। ସୀମିତ ରହଣି ସହିତ ଅହମ୍ମଦାବାଦ ମୁମ୍ବାଇ ପହଞ୍ଚିବାକୁ ମାତ୍ର ୨ଘଣ୍ଟା ୭ମିନିଟ୍ ସମୟ ଲାଗିବ। ଯଦି ସବୁ ଷ୍ଟେସନରେ ରହଣି କରେ ତେବେ ୨ ଘଣ୍ଟା ୫୮ ମିନିଟ୍ ଲାଗିବ। ଏହି ପ୍ରକଳ୍ପ ପାଇଁ ୧ଲକ୍ଷ ୧୦ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ଏହାକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରକ୍ଷାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।