ନୂଆଦିଲ୍ଲୀ: ଜୁଲାଇ ପହିଲାରୁ ସାରା ଦେଶରେ ଲାଗୁ ହେବ ଦ୍ରବ୍ୟ ଓ ସେବା କର (ଜିଏସଟି)। ଏହା ପୂର୍ବରୁ ଜୁନ୍ ୩୦ ତାରିଖ ମଧ୍ୟରାତ୍ରିରେ ସଂସଦରେ ଏକ ସ୍ୱତନ୍ତ୍ର ଅଧିବେଶନ ଡକାଯାଇ ଜିଏସ୍ଟିର ଶୁଭାରମ୍ଭ କରାଯିବ। ଆଜି ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ। ଜିଏସଟିର ଶୁଭାରମ୍ଭ ନେଇ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍ରେ ଏହି ସ୍ୱତନ୍ତ୍ର ଅଧିବେଶନ ବସିବ। ଏଥିରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସମେତ ଏଚଡି ଦେବେଗୌଡା ପ୍ରମୁଖ ଯୋଗଦେବେ। ଅଧିବେଶନକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।
ଏହି ସ୍ୱତନ୍ତ୍ର ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଐତିହାସିକ ଜିଏସଟିର ଶୁଭାରମ୍ଭ ନେଇ ତାଙ୍କର ଅଭିଭାଷଣ ରଖିବେ। ଜିଏସଟି ଲାଗୁ ହେଲେ ଦେଶର ଜିଡିପି ବଢ଼ିବା ସହ ଅର୍ଥନୀତି ମଧ୍ୟ ଦୃଢ଼ ହେବ। ତେବେ ପ୍ରାରମ୍ଭିକ ପର୍ଯ୍ୟାୟରେ କିଛି କଠିନତାକୁ ସାମ୍ନା କରିବାକୁ ପଡ଼ିବ ବୋଲି ଜେଟଲି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।