ନୂଆଦିଲ୍ଲୀ: ଓଖି ପ୍ରଭାବିତ ଅଞ୍ଚଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନା ହେଲିକେପ୍ଟର ଯୋଗେ ମୋଦି ପ୍ରଥମେ ଲାକ୍ଷାଦ୍ୱୀପରେ ପହଞ୍ଚି ସେଠାକାର ସ୍ଥିତି ସମୀକ୍ଷା କରିଥିଲେ। ଏହାପରେ ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରି ରିଲିଫ୍ ଏବଂ ଥଇଥାନ କାର୍ଯ୍ୟକୁ ତଦାରଖ କରିଥିଲେ। ଏଥିସହ ମୋଦି ବାତ୍ୟା ପୀଡ଼ିତଙ୍କ ପରିବାରକୁ ମଧ୍ୟ ଭେଟିଥିଲେ। ସେହିଭଳି ମୋଦି ବନ୍ୟ ପୀଡ଼ିତ କାଭାର୍ତ୍ତି, କନ୍ୟାକୁମାରୀ ଏବଂ ତିରୁଅନନ୍ତପୁରମ୍ ଅଞ୍ଚଳ ମଧ୍ୟ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।
‘ଓଖି’ ଲାକ୍ଷାଦ୍ୱୀପ, ତାମିଲନାଡ଼ୁ ଏବଂ କେରଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା। ଏଥିରେ ୧୧୫ ଜଣଙ୍କ ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ସୁଦ୍ଧା ୬ ଶହରୁ ଅଧିକ ମତ୍ସ୍ୟଜୀବୀ ନିଖୋଜ ଅଛନ୍ତିା ଏହି ସମୟରେ ତାମିଲନାଡ଼ୁ ଏବଂ କେରଳରେ ୧୦ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଏବେ ସୁଦ୍ଧା କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୧୨ଟି ରିଲିଫ୍ କ୍ୟାମ୍ପ ଖୋଲା ଯାଇଛିା ସରକାରୀ ହିସାବ ଅନୁଯାୟୀ କେରଳରେ ୧୮ ଶହ ୪୩ କୋଟି ଟଙ୍କା କ୍ଷୟକ୍ଷତି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।