ଅହମ୍ମଦାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଲା ବେଳେ ଚାହା ବିକ୍ରି କରୁଥିବା ସ୍ଥାନ ହେବ ପର୍ଯ୍ୟଟନସ୍ଥଳ। ଗୁଜରାଟର ଭଦନଗର ଅଞ୍ଚଳ ରେଲୱେ ପ୍ଲାଟଫର୍ମରେ ଚାହା ବିକୁଥିଲେ ମୋଦି। ମେହସାଣା ଜିଲ୍ଲା ଭଦନଗର ହେଉଛି ମୋଦିଙ୍କ ଜନ୍ମ ସ୍ଥାନ। ଏହି ଅଞ୍ଚଳକୁ ମଧ୍ୟ ବିଶ୍ୱପଯର୍ୟଟନସ୍ଥଳ ଭାବେ ଗଢିବାକୁ ନିଷ୍ପତି ହୋଇଛି। କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଏହି ନିଷ୍ପତ୍ତ ନିଆଯାଇଛି।
କେନ୍ଦ୍ର ମନ୍ତ୍ରୀ ମହେଶ ଶର୍ମାଙ୍କ ଉପସ୍ଥିତିରେ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ଏବଂ ପ୍ରତ୍ନତତ୍ତ୍ୱ ବିଭାଗ କର୍ମକର୍ତ୍ତା ରବିବାର ଏହି ସ୍ଥାନ ପରିଦର୍ଶନ କରିଥିଲେ। ଏହି ଅବସରରେ ମହେଶ ଶର୍ମା କହିଛନ୍ତି ଯେ, ଚାହା ଦୋକାନର ପୁରୁଣା ସ୍ୱରୁପକୁ ଅପରିବର୍ତ୍ତିତ ରଖି ଆଧୁନିକୀକରଣ କରାଯିବ। ପୂର୍ବରୁ ଭଦନଗର ରେଲୱେ ଷ୍ଟେସନର ବିକାଶ ପାଇଁ ଶହେ କୋଟି ଟଙ୍କା ବିନିଯୋଗ ହୋଇଥିଲା। ଏବେ ପର୍ଯ୍ୟଟନ ବିକାଶ ଦୃଷ୍ଟିରୁ ଏଠାରେ ପର୍ଯ୍ୟଟନ ବିଭାଗ ୮ କୋଟି ଟଙ୍କା ବିନିଯୋଗ କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।