ନୂଆଦିଲ୍ଲୀ: ଧାର୍ଯ୍ୟ ସମୟରୁ ୨ ଦିନ ଆଗୁଆ ଅର୍ଥାତ୍ ମେ ୨୯ରେ କେରଳ ଛୁଇଁଥିବା ଦକ୍ଷିଣ –ପଶ୍ଚିମ ମୌସୁମୀ ବାୟୁ ଏବେ ସାରା ଦେଶରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ମୌସୁମୀ ପ୍ରଭାବରେ ଜାରି ରହିଥିବା ଲଗାଣ ବର୍ଷା ଓ ବନ୍ୟା ଯୋଗୁ ୭ଟି ରାଜ୍ୟ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ଏଠାରେ ବର୍ଷାଜନିତ ଅଘଟଣ ଓ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୭୧୮ ଜଣ ପ୍ରାଣ ହରାଇଛନ୍ତି।
ସ୍ୱରାଷ୍ଟ୍ର ମନ୍ତ୍ରାଳୟର ଏନ୍ଇଆର୍ସି ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତର ପ୍ରଦେଶରେ ସର୍ବାଧିକ ୧୭୧, ପଶ୍ଚିମବଙ୍ଗରେ ୧୭୦, କେରଳରେ ୧୭୮, ମହାରାଷ୍ଟ୍ରରେ ୧୩୯, ଗୁଜରାଟ୍ରେ ୫୨, ଆସାମରେ ୪୪ ଓ ନାଗାଲ୍ୟାଣ୍ଡରେ ୮ ଜଣଙ୍କ ଜୀବନ ଯାଇଛି। ସେହିପରି କେରଳରେ ୨୬, ଆସାମରେ ୨୧ ଓ ପଶ୍ଚିମବଙ୍ଗରେ ୫ ଜଣ ବନ୍ୟା ଜଳରେ ଭାସି ଯାଇ ନିଖୋଜ ଅଛନ୍ତି। ବର୍ଷାଜନିତ ଦୁର୍ଘଟଣାରେ ମଧ୍ୟ୨୪୪ ଜଣ ଆହତ ହୋଇଛନ୍ତି।
ମହାରାଷ୍ଟ୍ରର ୨୬ଟି, ପଶ୍ଚିମବଙ୍ଗର ୨୨, ଆସାମରେ ୨୩, କେରଳରେ ୧୪, ଉତ୍ତର ପ୍ରଦେଶରେ ୧୨, ନାଗାଲ୍ୟାଣ୍ଡରେ ୧୧ ଓ ଗୁଜରାଟ୍ରେ ୧୦ଟି ଜିଲ୍ଲା ବର୍ଷା ଓ ବନ୍ୟାରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।