ଭୋପାଲ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ସେ ନିଜେ ଟ୍ୱିଟ ମାଧ୍ୟରେ ଘୋଷଣା କରିଛନ୍ତି। ଦେଶରେ ପ୍ରଥମଥର ପାଇଁ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ସେ ଟ୍ୱିଟ କରି କହିଛନ୍ତି, “ମୋ ପ୍ରିୟର ମଧ୍ୟପ୍ରଦେଶବାସୀ। ମୋର କୋଭିଡ-୧୯ ଲକ୍ଷଣ ଦେଖାଯାଇଥିଲା। ଏଥିପାଇଁ ମୁଁ ଟେଷ୍ଟ କରିଥିଲି। ଏବେ ମୋର ରିପୋର୍ଟ ପଜିଟିଭ ଆସିଛି।
ମୁଁ ଏବେ କହିବାକୁ ଚାହୁଁଛି ଯେ ମୋ ସମ୍ପର୍କରେ ଆସିଥିବା ସମସ୍ତ ବ୍ୟକ୍ତି ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ। ମୋର ନିକଟ ସମ୍ପର୍କୀୟ କ୍ୱାରେଣ୍ଟାଇନକୁ ଚାଲି ଯାଆନ୍ତୁ। ଉଚିତ ସମୟରେ କୋଭିଡ ଚିକତ୍ସା କରାଗଲା, ଜଣେ ନିଶ୍ଚିତ ସୁସ୍ଥ ହୋଇଯିବ। ମୁଁ ୨୫ ମାର୍ଚ୍ଚରୁ କରୋନା ସ୍ଥିତର ସମୀକ୍ଷା କରୁଛି। ଏବେ ବି ମୁଁ ଭିଡିଓ କନଫରେନ୍ସିଂ ଜରିଆରେ ସ୍ଥିତିର ସମୀକ୍ଷା କରିବାକୁ ଚେଷ୍ଟା କରିବି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।