ମୁମ୍ୱାଇ: ଗୋଟିଏ ପରିବାରର ୧୪ ଜଣଙ୍କୁ ହତ୍ୟା କରି ନିଜେ କଲେ ଆତ୍ମହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ମହାରାଷ୍ଟ୍ରର ଥାନାରେ। ରବିବାର ସକାଳେ ଏହି ଘଟଣା ସାମନାକୁ ଆସିଛି। ହତ୍ୟାକାରୀ ନିଜେ ବେକରେ ଲୁଗା ଦେଇ ଆତ୍ମହତ୍ୟା କରିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଝୁଲନ୍ତା ଅବସ୍ଥାରେ ଏକ ରକ୍ତ ଲଗା ଛୁରୀ ତା’ହାତରେ ଦେଖିବାକୁ ମିଳିଛି। ଏହା ପୂର୍ବରୁ ସେ ନିଜ ପରିବାରର ୧୪ ଜଣଙ୍କୁ ହତ୍ୟା କରିଥିବା ପାରିପାର୍ଶ୍ୱକ ସ୍ଥିତିରୁ ଜଣାପଡ଼ିଛି। ସେଥିମଧ୍ୟରେ ୭ ଜଣ ଶିଶୁ ଥିବାବେଳେ ୭ ଜଣ ବୟସ୍କ ବ୍ୟକ୍ତି ଅଛନ୍ତି। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ସେମାନଙ୍କୁ ପ୍ରଥମେ ବେହୋସ୍ କରାଯାଇ ତା’ପରେ ଗଳାକାଟି ଜଣଙ୍କ ପରେ ଜଣଙ୍କୁ ହତ୍ୟା କରାଯାଇଛି। ତେବେ ଏଥିରେ ବଞ୍ଚିଯାଇଥିବା ଏହି ପରିବାରର ଜଣେ ମହିଳା ସଦସ୍ୟ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ତେବେ ସମ୍ପତ୍ତି ବିବାଦକୁ ନେଇ ଏଭଳି ହତ୍ୟାକାଣ୍ଡ ଘଟିଥାଇପାରେ ବୋଲି ପୋଲିସ୍ ସନ୍ଦେହ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।