ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଇଉରୋପିଆନ୍ କାଉନସିଲ ସଭାପତି ଡୋନାଲ୍ଡ ଫ୍ରାନସିସ୍ଜେକ୍ ଟସ୍କ ଓ ଇଉରୋପିଏନ୍ କମିସନ୍ ସଭାପତି ଜିନ୍ କ୍ଲାଉଡି ଜନ୍କେର। ପ୍ରଧାନମନ୍ତ୍ରୀ ମୋଦିଙ୍କ ନିମନ୍ତ୍ରଣ ପରେ ତିନି ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଇଉରୋପିଅ କାଉନସିଲ ସଦସ୍ୟ ଓ ସଭାପତି। ଇଉରୋପିଅ ସଂଘ ସହ ଉଚ୍ଚସ୍ତରୀୟ କମିଟି ବି ମୋଦିଙ୍କୁ ଭେଟିଛନ୍ତି।
ମୋଦିଙ୍କ ସହ ବୈଠକରେ ଆତଙ୍କବାଦ ଦମନ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହା ବ୍ୟତୀତ ମୁକ୍ତ ବ୍ୟାପାର ଚୁକ୍ତି ସମ୍ବନ୍ଧରେ ବି ଆଲୋଚନା ହୋଇଛି। ଏହି ଅବସରରେ ବୈଦେଶିକ ବ୍ୟାପର ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ବି କରିଛନ୍ତି ଭ୍ରମଣକାରୀ ପ୍ରତିନିଧି।
ଭାରତ ଏବଂ ଇଉରୋପ କୁଟନୈତିକ ସମ୍ପର୍କର ୫୫ ବର୍ଷ ପୂର୍ତ୍ତି ହୋଇଥିବା ଯୋଗୁଁ ଏହି ବୈଠକ ଏହାର ଗୁରୁତ୍ୱ ଆହୁରି ବଢ଼ାଇ ଦେଇଛି। ବୈଠକ ପୂର୍ବରୁ ପ୍ରତିନିଧି ଦଳ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ସମାଧୀ ସ୍ଥଳରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।