ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ ଗୁରୁବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଓ ଉପାଧ୍ୟକ୍ଷ ରାହୁଲ ଗାନ୍ଧି। ଏହି ମାମଲାରେ ତଳ କୋର୍ଟ ଜାରି କରିଥିବା ସମନକୁ ରଦ୍ଦ କରିବା ପାଇଁ ଦିଲ୍ଲୀ ହାଇକୋର୍ଟ ଡିସେମ୍ବର ୭ ତାରିଖରେ ଅଗ୍ରାହ୍ୟ କରିଦେଇଥିଲେ। ଏହା ବିରୋଧରେ ସୋନିଆ ଓ ରାହୁଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି। ସେମାନଙ୍କ ସହିତ ସୁମନ ଦୁବେ ଓ ସାମ୍ ପିଟ୍ରୋଡା ମଧ୍ୟ ହାଇକୋର୍ଟଙ୍କ ରାୟକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ହାଇକୋର୍ଟଙ୍କ ଅଗ୍ରାହ୍ୟ ପରେ ଡିସେମ୍ବର ୧୯ରେ ନ୍ୟାସନାଲ୍ ହେରାଲ୍ଡ ଦୁର୍ନୀତି ମାମଲାରେ ଦିଲ୍ଲୀର ପାଟିଆଲା କୋର୍ଟରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଓ ଉପ-ସଭାପତି ରାହୁଲ ଗାନ୍ଧି ହାଜର ହୋଇଥିଲେ। ୫୦ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ କୋର୍ଟ ସେମାନଙ୍କୁ ଜାମିନ ମଞ୍ଜୁର କରିଥିଲେ।
ଦିଲ୍ଲୀ ପଟିଆଲା କୋର୍ଟରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଫେବୃଆରୀ ୨୦ ତାରିଖରେ କରାଯିବ। ସୁପ୍ରିମକୋର୍ଟ ରହିତାଦେଶ ନ ଦେଲେ ସୋନିଆ ଓ ରାହୁଲ ପୁଣିଥରେ ପଟିଆଲା କୋର୍ଟରେ ହଜାର ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।