ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରଣାଳୟ ଶେଷରେ କଂଗ୍ରେସ ନେତା ନବଜ୍ୟୋତ ସିଂହ ସିଦ୍ଧୁଙ୍କୁ ପାକିସ୍ତାନ ପଟେ ଥିବା କର୍ତ୍ତାରପୁର କରିଡର ଉଦ୍ଘାଟନୀ ଉତ୍ସବରେ ଯୋଗଦେବାକୁ ଅନୁମତି ପ୍ରଦାନ କରିଛନ୍ତି। ସେ ଲଗାତାର ତୃତୀୟ ଚିଠି ଲେଖିବା ପରେ ଭାରତ ସରକାରଙ୍କ ପକ୍ଷରୁ ଏହି ଅନୁମତି ଦିଆଯାଇଛି।
ସେ ଏହି ଉତ୍ସବରେ ଯୋଗଦେବା ପାଇଁ ଶନିବାର କେନ୍ଦ୍ର ସରକାରଙ୍କଠାରୁ ପଲିଟିକାଲ କ୍ଲିଅରାନ୍ସ ଆବେଦନ କରିଥିଲେ। ଏହା ପୂର୍ବରୁ ତାଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ପାକିସ୍ତାନ ଯିବାକୁ ନିମନ୍ତ୍ରଣ କରିଥିଲେ। ମିଳିଥିବା ଅନୁମତି ଅନୁଯାୟୀ, ସିଦ୍ଧୁ ନଭେମ୍ବର ୯ ତାରିଖରେ କର୍ତ୍ତାରପୁର ସାହିବ କରିଡର ଯିବେ।
ଅନ୍ୟପକ୍ଷରେ ତାଙ୍କୁ ପାକିସ୍ତାନ ପକ୍ଷରୁ ଭିସା ମଧ୍ୟ ମିଳିଯାଇଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, ସେ କର୍ତ୍ତାରପୁର କରିଡର ଉଦ୍ଘାଟନ ଉତ୍ସବରେ ସାମିଲ ହେବାପାଇଁ ତାଙ୍କ ପାଇଁ ଭିସା ମଞ୍ଜୁର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।