ନୂଆଦିଲ୍ଲୀ: କମେଡି କୁଇନ ଭାରତୀ ସିଂହ ଏବଂ ତାଙ୍କ ସ୍ୱାମୀ ହର୍ଷ ଲିମ୍ୱଚିଆଙ୍କ ଜାମିନ୍ ଖାରଜ ପାଇଁ ଅପିଲ୍ କରିଛି ନାର୍କୋଟିକ୍ କଣ୍ଟ୍ରୋଲ୍ ବ୍ୟୁରୋ (ଏନସିବି)। ଏନଡିପିଏସର ସ୍ପେଶାଲ କୋର୍ଟରେ ଜାମିନ୍ ଖାରଜ ପାଇଁ ଏନସିବି ଦ୍ୱାରସ୍ଥ ହୋଇଛି। ତଳ କୋର୍ଟର ଜାମିନ୍ ଆବେଦନ ସଂଶୋଧନ ହେଲେ ପଚରା ଉଚରା କରିବା ପାଇଁ ଏନସିବି ନେବା ପାଇଁ ଦାବି କରିଛି। ମଙ୍ଗଳବାର ଏନଡିପିଏସ ଏ ନେଇ ଭାରତୀ ଏବଂ ତାଙ୍କ ସ୍ୱାମୀଙ୍କୁ ସମନ୍ କରିଛି। ଆସନ୍ତା ସପ୍ତାହରେ ଶୁଣାଣି ହେବ ବୋଲି ଜଣାପଡ଼ିଛି।
ଗଞ୍ଜେଇ ରଖିବା ଅଭିଯୋଗରେ ଏନସିବି ଭାରତୀ ଏବଂ ହର୍ଷଙ୍କୁ ନଭେମ୍ୱର ୨୨-୨୩ରେ ଗିରଫ କରି ରଖିଥିଲା। ଏହି ସମୟରେ ଏନଡିପିଏସ ଦୁଇ ଜଣଙ୍କୁ ଡିସେମ୍ୱର ୪ ଯାଏ ବିଚାରବିଭାଗୀୟ ହେପାଜତକୁ ପଠାଇ ଦେଇଥିଲେ। ହେଲେ ୨୪ ନେଭେମ୍ୱରରେ ଉଭୟଙ୍କୁ ଜାମିନ୍ ମିଳିଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।