ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ଆଜିଠୁ କେବୁଲ ଓ DTH ସେବାର ନୂଆ ଟାରିଫ୍ ନୀତି ଲାଗୁ ହୋଇଛି। ଟେଲିକମ୍ ନିୟନ୍ତ୍ରଣ ନିୟାମକ ବା ଟ୍ରାଇର ନୂଆ ନୀତି ଅନୁସାରେ ଏଣିକି ଉପଭୋକ୍ତା ଯେଉଁ ଚ୍ୟାନେଲ୍ ଦେଖିବେ କେବଳ ସେଇ ଚ୍ୟାନେଲ ପାଇଁ ପଇସା ଦେବେ। କେବୁଲ ଓ DTH ଉପଭୋକ୍ତା ମାସିକ ୧୫୩ ଟଙ୍କାରେ ଦୂରଦର୍ଶନର ୨୬ଟି ବାଧ୍ୟତାମୂଳକ ଚ୍ୟାନେଲକୁ ମିଶାଇ ଶହେଟି ଫ୍ରି ଟୁ ଏୟାର ଚ୍ୟାନେଲ ଯୋଗାଇବାକୁ ବାଧ୍ୟ। ଏହାସହ ଅଧିକ ୨୦ ଟଙ୍କା ଦେଲେ ଆଉ ୨୫ଟି ଫ୍ରି ଟୁ ଏୟାର ଚ୍ୟାନେଲ ଦେଖିହେବ। ତେବେ ପେ-ଚ୍ୟାନେଲ କ୍ଷେତ୍ରରେ ଉପଭୋକ୍ତା ଯେଉଁ ଯେଉଁ ଚ୍ୟାନେଲ ଦେଖିବାକୁ ଚାହିଁବେ କେବଳ ସେଇ ଚ୍ୟାନେଲ ପାଇଁ ହିଁ ପଇସା ଦେବେ। ପ୍ରତି ଚ୍ୟାନେଲର ଦର ୧ରୁ ୧୯ ଟଙ୍କା ମଧ୍ୟରେ ନିର୍ଦ୍ଧାରଣ କରାଯାଇଛି। ଅପରେଟରମାନେ ଗ୍ରାହକଙ୍କ ସୁବିଧା ଲାଗି ପ୍ରତି ଚ୍ୟାନେଲର ଦର ପ୍ରଦର୍ଶିତ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।