ନୂଆଦିଲ୍ଲୀ: ନିର୍ଭୟା ଦୋଷୀଙ୍କ ଫାଶୀ ତାରିଖ ପୁଣିଥରେ ଘୁଞ୍ଚିଯାଇଛି। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ଫେବୃଆରୀ ୧ରେ ନିର୍ଭୟା ଦୋଷୀଙ୍କ ଫାଶୀ ତାରିଖ ଘୁଞ୍ଚାଇଛନ୍ତି। ଏହା ପରେ କାନ୍ଦି ପକାଇଛନ୍ତି ନିର୍ଭୟାଙ୍କ ମା’। ୨୦୧୨ରେ ଦୁଷ୍କର୍ମ ପରେ ହତ୍ୟାର ଶିକାର ହୋଇଥିଲେ ନିର୍ଭୟା।
ଦ୍ୱିତୀୟ ଥର ପାଇଁ ଫାଶୀ ତାରିଖ ଘୁଞ୍ଚିବା ପରେ ନିର୍ଭୟାଙ୍କ ମା’ ଆଶା ଦେବୀ କାନ୍ଦିପକାଇଛନ୍ତି। ଦୀର୍ଘ ୭ ବର୍ଷ ତଳେ ତାଙ୍କ ଝିଅଙ୍କ ସହିତ ଦୁଷ୍କର୍ମ ହୋଇଥିଲା। ହେଲେ ଏଯାବତ ସେ ଦୋଷୀଙ୍କ ଆଗରେ ମୁଣ୍ଡ ନୁଆଁଉଛନ୍ତି। ଏଥିପାଇଁ ସରକାରଙ୍କୁ ସେ ଦାୟୀ କରିଛନ୍ତି। ତେବେ ଦୋଷୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାନଯିବା ଯାଏ ସେ ତାଙ୍କର ଲଢ଼େଇ ଜାରି ରଖିବେ ବୋଲି କହିଛନ୍ତି।
ଦୋଷୀଙ୍କ ଓକିଲ ତାଙ୍କୁ ଚ୍ୟାଲେଞ୍ଜ କରି ବାରମ୍ୱାର ଫାଶୀ ତାରିଖ ଘୁଞ୍ଚାଇବାରେ ସଫଳ ହେଉଛନ୍ତି ବୋଲି ଆଶା ଦେବୀ କହିଛନ୍ତି। ସରକାର, ନ୍ୟାୟ ପ୍ରକ୍ରିୟା ଉପରେ ମତ ରଖି ଆଶା ଦେବୀ କହିଛନ୍ତି, ଆଇନର ଗଳା ବାଟ ପାଇଁ ଦୋଷୀମାନେ ବାରମ୍ୱାର ତାଙ୍କୁ ଚ୍ୟାଲେଞ୍ଜ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।