ନୂଆଦିଲ୍ଲୀ: ବିହାରରେ ପୁଣି ଚାଲିବ ଏନଡିଏ ରାଜ୍। କ୍ଷମତାକୁ ଫେରିଲା ବିଜେପି-ଜେଡିୟୁ ମେଣ୍ଟ ସରକାର। ବିଜେପି ସମର୍ଥନରେ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ କୁମାର। ଦିନ ୧୦ଟା ବେଳେ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରାଯାଇଛି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର ସମ୍ଭାବନା ରହିଛି। ସୁଶୀଲ ମୋଦି ପୁଣି ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ସ୍ପଷ୍ଟ ସୂଚନା ମିଳିଛି।
ନୂଆ ସରକାରର ଅନ୍ୟ ମନ୍ତ୍ରୀମାନେ ୨ଦିନ ମଧ୍ୟରେ ବହୁମତ ପ୍ରମାଣ ହେବା ପରେ ଶପଥ ନେବେ। ବିହାରରେ ଜେଡିୟୁର ବିଧାୟକଙ୍କ ସଂଖ୍ୟା ୭୧ ଥିବା ବେଳେ ବିଜେପି ପାଖରେ ଅଛନ୍ତି ୫୩ ବିଧାୟକ। ବହୁମତ ପାଇଁ ୧୨୨ ବିଧାୟକ ଆବଶ୍ୟକ ରହିଛି।
ଲାଲୁଙ୍କ ଆରଜେଡି ସହ ମହାମେଣ୍ଟ ଛାଡ଼ି ଗତକାଲି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ନୀତୀଶ। ଏହା ପରେ ତୁରନ୍ତ ନୂଆ ସରକାର ଗଠନ ପାଇଁ ବିଜେପି ସମର୍ଥନ ଜଣାଇଥିଲା। ଏପରିକି ରାତାରାତି ରାଜ୍ୟପାଳ କେଶରୀନାଥ ତ୍ରିପାଠୀଙ୍କୁ ଭେଟି ନୀତୀଶ କୁମାର ଓ ବିଜେପି ନେତା ସୁଶୀଲ ମୋଦି ସରକାର ଗଠନ ପାଇଁ ଦାବି ଜଣାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।