ନୂଆଦିଲ୍ଲୀ: ନ୍ୟାସନାଲ୍ ଜୁଡ଼ିସିଆଲ୍ ଆପଏଣ୍ଟମେଣ୍ଟ କମିଶନ ବା ଏନଜେଏସିକୁ ଅସାମ୍ୱିଧାନିକ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ସର୍ବୋଚ୍ଚ କୋର୍ଟଙ୍କ ୫ଜଣିଆ ଖଣ୍ଡପୀଠ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ବିଚାରପତିଙ୍କ ନିଯୁକ୍ତିରେ ସରକାରଙ୍କ କୌଣସି କ୍ଷମତା ରହିବ ନି ବୋଲି କୋର୍ଟ ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି।
ଏନଜେଏସିକୁ ନେଇ ବିବାଦ ଯୋଗୁଁ ସୁପ୍ରିମକୋର୍ଟରେ ଏକାଧିକ ଆବେଦନ ଦାଖଲ କରାଯାଇଥିଲା। ଏନଜେଏସିରେ କେନ୍ଦ୍ର ଆଇନମନ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା। ଆଗରୁ ବିଚାରପତିଙ୍କ ନିଯୁକ୍ତି ଓ ବଦଳିକୁ ନେଇ ନିଷ୍ପତି କଲେଜିୟମ୍ ବ୍ୟବସ୍ଥା ଦ୍ୱାରା କରାଯାଉଥିଲା। ଏଥିରେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ସହ ୪ଜଣ ବରିଷ୍ଠ ବିଚାରପତି ସାମିଲ ହେଉଥିଲେ। ପରେ ଏହି ସୁପାରିସକୁ ସ୍ୱୀକୃତି ପାଇଁ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ପାଖକୁ ପଠା ଯାଉଥିଲା। ଏହି ପ୍ରକ୍ରିୟା ୧୯୯୩ରୁ ଲାଗୁ ହୋଇଥିଲା। ତେବେ ପରେ ଏହି ପ୍ରକ୍ରିୟା ପାଇଁ ସରକାର ଏନଜେଏସିର ଗଠନ କରିଥିଲେ। ତେବେ ସୁପ୍ରିମକୋର୍ଟଙ୍କ ଆଜିର ରାୟ ପରେ କୋଲେଜିୟମ୍ ବ୍ୟବସ୍ଥା ବଳବତ୍ତର ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।