ଅମୃତସର: ପଞ୍ଜାବ ଅମୃତସର ସ୍ଥିତ ଗୋଲଡେନ ଟେମ୍ପୁଲରେ ଟିକଟକ୍ ଭିଡିଓ ତିଆରି ଉପରେ ପ୍ରତିବନ୍ଧକ ଲଗାଯାଇଛି। ଶିରୋମଣୀ ଗୁରୁଦ୍ୱାର ପ୍ରବନ୍ଧକ କମିଟି (ଏସଜିପିସି) ଶ୍ରୀହରମନ୍ଦିର ସାହିବ (ଗୋଲଡେନ ଟେମ୍ପୁଲ) ପରିସର ଭିତରେ ଟିକଟକ୍ ଉପରେ ପ୍ରତିବନ୍ଧକ ଲଗାଯାଇଛି ବୋଲି ନୋଟିସ ଲଗାଇଛି।
ଶ୍ରୀହରମନ୍ଦିର ସାହିବର ମ୍ୟାନେଜର ଜସବିନ୍ଦର ସିଂହ କହିଛନ୍ତି, ଏଠାକୁ ଆସିଥିବା ଶ୍ରଦ୍ଧାଳୁମାନଙ୍କୁ ଆହ୍ୱାନ କରି କହୁଛି, ଏହା ପୂଜାସ୍ଥଳ। ତେଣୁ ଏଠାରେ ଟିକଟକ, ସେଲଫି ଆଦି ନେବା ଠିକ୍ ନୁହେଁ । ଯଦି ଏଭଳି କାର୍ଯ୍ୟ ଉପରେ ରୋକ ନ ଲାଗେ ତାହେଲେ ଆଗାମୀ ଦିନରେ ମୋବାଇଲ ଫୋନ୍ ବ୍ୟାନ ଉପରେ ବିଚାର କରାଯାଇପାରେ।
ସୂଚନାଯୋଗ୍ୟ, ନିକଟରେ ଗୋଲଡେନ ଟେମ୍ପୁଲ ଭିତରେ ତିନି ଝିଅ ଏକ ପଞ୍ଜାବୀ ଗୀତ ଉପରେ ଟିକଟିକ ଭିଡିଓ ପ୍ରସ୍ତୁତ କରିଥିଲେ। ଏହି ଭିଡିଓ ଏବେ ସୋଶାଲ ମିଡିଆ ପାଖରୁ ଆରମ୍ଭ କରି ପଞ୍ଜାବର ଆଞ୍ଚଳିକ ଟିଭିରେ ଭାଇରାଲ ହୋଇଛି। ଏହାପରେ ସମାନ ଘଟଣା ଗୋଲଡେନ ଟେମ୍ପୁଲ ପରିସର ଭିତରେ ହୋଇଥିବା ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।