ଜମ୍ମୁ: ରଜୋରୀ ଜିଲ୍ଲାର ସୁନ୍ଦରବଣି ସେକ୍ଟରରେ ପାକିସ୍ତାନ ପକ୍ଷରୁ ଗୁଳି ବିନିମିୟ ହୋଇଛି ଏଥିରେ ଜଣେ ଯବାନ ଶହୀଦ ହୋଇଛନ୍ତି। ଗୁରୁବାର ରାତିରେ ପାକିସ୍ତାନ ଅସ୍ତ୍ରବିରତି ନିୟମ ଉଲ୍ଲଘଂନ କରିଛି। ପାକିସ୍ତାନ ସେନା ସୀମାରେ ଥିବା ଲୋକମାନେ ରହୁଥିବା ସ୍ଥାନକୁ ଗୁଳି କରିଥିଲେ। ଏହାଦ୍ୱାରା ସୀମାରେ ଥିବା କଠୁଆ-ସାମ୍ୱା ଅଞ୍ଚଳବାସୀଙ୍କ ଘର ଆଦି ଅଧିକ କ୍ଷତିଗ୍ରସ୍ତ ହୋଇଛି। ଗୁଳି ମାଡ଼ ହେଉଥିବା ଦେଖି ଗ୍ରାମବାସୀ ଦୌଡ଼ି ପଳାଇଥିଲେ। କେହି ମୃତାହତ ହୋଇନଥିବା ସେନା ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ପୁଲଓ୍ୱାମା ଶୈଳୀରେ ଦକ୍ଷିଣ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ କରିବାକୁ ଯୋଜନା କରିଛନ୍ତି। ମେ’୨୮ରେ ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣ ପଣ୍ଡ କରିଥିଲେ ସୁରକ୍ଷାକର୍ମୀ। ଏବେ ଆଉ ଥରେ ଆତ୍ମଘାତୀ ଆକ୍ରମଣ କରି ରକ୍ତର ହୋଲି ଖେଳିବାକୁ ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦ ଷଡ଼ଯନ୍ତ୍ର ରଚିଥିବା ଗୁଇନ୍ଦା ରିପୋର୍ଟ ଦେଇଛି। ସେନା ଏ ନେଇ ସୂଚନା ପାଇବା ପରେ ଆଲର୍ଟ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।