ଶ୍ରୀନଗର: ଜମ୍ମୁ-କାଶ୍ମୀରର ବାନ୍ଦିପୁରା ସ୍ଥିତ ହାଜିନ୍ରେ ଆଜି ସକାଳେ ସୁରକ୍ଷାକର୍ମୀଙ୍କ ସହ ଗୁଳିବିନିମୟରେ ଲସ୍କର ଇ ତୋଏବାର ଜଣେ ଆତଙ୍କବାଦୀ ନିହତ ହୋଇଛି। ଏହାସହିତ ଜଣେ ପୋଲିସ କନେଷ୍ଟବଳ ସହିଦ ହୋଇଥିବା ଜଣାପଡ଼ିଛି।
ସୂଚନା ଅନୁସାରେ,ହାଜିନ୍ର ମୀର ମୋହଲ୍ଲାରେ ଆତଙ୍କବାଦୀମାନେ ଲୁଚିଥିବା ନେଇ ସୁରକ୍ଷାକର୍ମୀଙ୍କ ପାଖକୁ ଖବର ଆସିଥିଲା। ଏହାପରେ ସେନା, ସିଆରପିଏଫ୍ ଓ ଜମ୍ମୁ-କାଶ୍ମୀର ପୋଲିସର ଏକ ଟିମ୍ ସେହି ଅଞ୍ଚଳକୁ ଘେରି ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ। ଆତଙ୍କବାଦୀମାନେ ପ୍ରଥମେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାର ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଲସ୍କର ଆତଙ୍କବାଦୀର ମୃତ୍ୟୁ ହୋଇଛି। ଏହି ଆତଙ୍କବାଦୀର ନାଁ ଅଲ୍ଲୀ ଭାଇ ବୋଲି ଜଣାପଡ଼ିଛି।
ଏହି ଅଞ୍ଚଳରେ ଗୁଳି ବିନିମୟ ଶବ୍ଦ ଣୁଣି ସ୍ଥାନୀୟ ଲୋକେ ବାହାରକୁ ଆସି ସୁରକ୍ଷାକର୍ମୀଙ୍କ ଉପରକୁ ପଥର ମାଡ଼ କରିଥିଲେ। ପୋଲିସ ସେମାନଙ୍କୁ କାବୁ କରିବା ପାଇଁ ଲୁହବୁହା ଗ୍ୟାସ୍ ପ୍ରୟୋଗ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।