ଇସଲାମାବାଦ: ପାକିସ୍ତାନରେ ବନ୍ୟା ଯୋଗୁଁ ଏବେ ସୁଦ୍ଧା ୧୫୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଏକ ମାସ ଧରି ପାକିସ୍ତାନରେ ମୌସୁମୀ ଜନିତ ପ୍ରବଳ ବର୍ଷାଲାଗି ରହିଥିବାରୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ପାକିସ୍ତାନର ଡିଜାଷ୍ଟର ମ୍ୟାନେଜମେଣ୍ଟ ପ୍ରାଧିକରଣ ପକ୍ଷରୁ ଏ ନେଇ ବ୍ୟପାକ ପ୍ରସ୍ତୁତି କରାଯାଇଛି । ବନ୍ୟାରେ ଖ୍ୱାଇବର ଫଖାତୁନୱା ପ୍ରଦେଶର ୭୭ଜଣ, ପଞ୍ଜାବରେ ୩୨, ପିଏକେରେ ୨୨ଜଣ, ବେଲୁଚିସ୍ଥାନରେ ୧୩ ଜଣ ଓ ଗିଲିଗ୍ ବାଲଷ୍ଟିନରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୋଟ ଉପରେ ଏହି ବନ୍ୟା ଯୋଗୁଁ ୧୦୧ ଜଣ ଗୁରୁତର ହୋଇଥିବାବେଳେ ୪୫୧୭ ଜଣଙ୍କ ଘର ଭାଙ୍ଗିଯାଇଥିବା ଜଣାପଡିଛି। ସ୍ଥାନୀୟ ପ୍ରଶାସନ ଓ ଆର୍ମି ୮ ଲକ୍ଷ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ନେଇଛି। ପାକିସ୍ତାନ ସରକାରଙ୍କ ପକ୍ଷରୁ ୧୫୦ଟି ମେଡିକାଲ କ୍ୟାମ୍ପ ଓ ୪୮୧ ରିଲିଫ୍ କ୍ୟାମ୍ପ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।