ଇସଲାମାବାଦ: ପାକିସ୍ତାନ ଟିଭି ଚ୍ୟାନେଲର ଭାରତର ଜାତୀୟ ପତାକା ‘ତ୍ରିରଙ୍ଗା’ ଉଡୁଥିବା ଦେଖିବାକୁ ମିଳିଛି। ଡନ ନାମକ ନ୍ୟୁଜ ଚ୍ୟାନେଲରେ ହ୍ୟାକର ସାଇବର ଆଟାକ କରିଥିବା ସୂଚନା ରହିଛି। ଏହି ଘଟଣାର ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହୋଇଛି।
ରବିବାର ଅପରାହ୍ନ ୩ଟା ୩୦ ପାଖାପାଖି ସମୟରେ ଡନ ନ୍ୟଜ୍ ଚ୍ୟାନେଲରେ ବିଜ୍ଞାପନ ପ୍ରସାରଣ ଚାଲିଥିଲା। ଏହି ସମୟରେ ଟିଭି ସ୍କ୍ରିନରେ ହଠାତ୍ ତ୍ରିରଙ୍ଗା ଉଡ଼ୁଥିବା ଦେଖିବାକୁ ମିଳିଥିଲା। ଯେଉଁଥିରେ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ବାର୍ତ୍ତା ଥିଲା। କିଛି ସମୟ ଏଭଳି ଶୁଭେଚ୍ଛା ବାର୍ତ୍ତା ପ୍ରସାରିତ ହେବା ପରେ ଉଭାନ ହୋଇଯାଇଥିବା ଡନ ନ୍ୟୁଜ ଚ୍ୟାନେଲ ପକ୍ଷରୁ କୁହାଯାଇଛି।
ତେବେ ସଂପୃକ୍ତ ଟିଭି ଚ୍ୟାନେଲ ସ୍ପଷ୍ଟ କରି ନାହିଁ କେତେ ସମୟ ପାଇଁ ଏଭଳି ଭିଡ଼ିଓ ଚାଲିଥିଲା। ତେବେ ଡନ୍ ନ୍ୟୁଜ ଚ୍ୟାନେଲର ଆଇଟି ଟିମକୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା ଉର୍ଦ୍ଦୂରେ ଟ୍ୱିଟ୍ କରି ସୂଚନା ଦେଇଛି। ଏଯାବତ କୌଣସି ହ୍ୟାକର ମଧ୍ୟ ଏଭଳି କରିଥିବା ନେଇ ସ୍ପଷ୍ଟୀକରଣ ରଖିନଥିବା ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।