ପାକିସ୍ତାନ: ପୋଲିସ୍ ଗୁଳିରେ ୬ ଆତଙ୍କୀ ନିହତ

ଲାହୋର: ପାକିସ୍ତାନର ପଞ୍ଜାବ ପ୍ରଦେଶର ଓକାରା ସହରରେ ଆଜି ପୋଲିସ୍ ଗୁଳିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଓକାରାରେ ୬ ଜଣ ଆତଙ୍କବାଦୀ ଲୁଚି ରହିଥିବା ନେଇ କୌଣସି ସୂତ୍ରରୁ ସୂଚନା ପାଇବା ପରେ ସେଠାରେ ପୋଲିସ୍ ପକ୍ଷରୁ ଚଢ଼ାଉ କରାଯାଇଥିଲା। ପୋଲିସ୍‌କୁ ଦେଖିବା ପରେ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୬ ଜଣ ଯାକ ଆତଙ୍କବାଦୀ ପ୍ରାଣ ହରାଇଥିବା ବେଳେ ଦୁଇ ଜଣ ସୁରକ୍ଷା କର୍ମଚାରୀ ଆହତ […]

terrorists

Rakesh Mallick
  • Published: Wednesday, 13 July 2016
  • , Updated: 04 May 2017, 03:44 PM IST

ଲାହୋର: ପାକିସ୍ତାନର ପଞ୍ଜାବ ପ୍ରଦେଶର ଓକାରା ସହରରେ ଆଜି ପୋଲିସ୍ ଗୁଳିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ଓକାରାରେ ୬ ଜଣ ଆତଙ୍କବାଦୀ ଲୁଚି ରହିଥିବା ନେଇ କୌଣସି ସୂତ୍ରରୁ ସୂଚନା ପାଇବା ପରେ ସେଠାରେ ପୋଲିସ୍ ପକ୍ଷରୁ ଚଢ଼ାଉ କରାଯାଇଥିଲା। ପୋଲିସ୍‌କୁ ଦେଖିବା ପରେ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୬ ଜଣ ଯାକ ଆତଙ୍କବାଦୀ ପ୍ରାଣ ହରାଇଥିବା ବେଳେ ଦୁଇ ଜଣ ସୁରକ୍ଷା କର୍ମଚାରୀ ଆହତ ହୋଇଥିଲେ।

ମୃତ ଆତଙ୍କବାଦୀଙ୍କଠାରୁ ବିପୁଳ ପରିମାଣରେ ବିସ୍ଫୋରକ ଓ ଡେଟୋନେଟର ଜବତ କରାଯାଇଥିବା ପୋଲିସ ଦାବି କରିଛି।

Related story