କରାଚି: ପାକିସ୍ତାନରେ ପୁଣି ଘଟିଛି ବଡ଼ ଧରଣର ଆତଙ୍କୀ ହମଲା। ବୁଧବାର କରାଚିର ସାଫୁରା ଚୌକରେ ୬ ଜଣ ଆତଙ୍କବାଦୀ ଏକ ବସ୍ ଉପରକୁ ଆଖିବୁଜା ଗୁଳି ମାଡ଼ କରିବାକୁ ୪୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨୫ ଜଣ ପୁରୁଷ ଓ ୧୬ ଜଣ ମହିଳା ଅଛନ୍ତି। ଆହତମାନଙ୍କ ଅବସ୍ଥା ଗୁରୁତର ରହିଛି। ତେଣୁ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଏହି ଆକ୍ରମଣ ପାଇଁ ତାଲିବାନୀ ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରିଛି।
ବସଟିରେ ୬୦ରୁ ଅଧିକ ଲୋକ ଥିଲେ। ଏମାନେ ସମସ୍ତେ ସିଆ ସଂପ୍ରଦାୟର। ବସଟି ସାଫୁର ଚୌକ ଅତିକ୍ରମ କରୁଥିବା ବେଳେ ୬ ଜଣ ଆତଙ୍କବାଦୀ ବସଟିକୁ ଅଟକାଇ ଥିଲେ। ସେମାନେ ତିନିଟି ମୋଟର ସାଇକେଲରେ ଆସିଥିଲେ। ସେମାନେ ବସଟିକୁ ଅଟକାଇବା ପରେ ପ୍ରଥମେ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ଗୁଳି କରିଥିଲେ। ତା’ପରେ ବସ୍ ଭିତରେ ପଶି ଆଖିବୁଜା ଗୁଳି କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।