ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧବାର୍ଷିକୀ ସହ ପଟେଲଙ୍କ ଜୟନ୍ତୀ ପାଳନ କରୁଛି ସାରା ଦେଶ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କର ଆଜି ତିରୋଧାନ ଦିବସ। ୧୯୮୪ ଅକ୍ଟୋବର ୩୧ରେ ତାଙ୍କୁ ହତ୍ୟା କରାଯାଇଥିଲା। ତାଙ୍କୁ ମନେ ପକାଇ ଆଜି ଦେଶର ବିଭିନ୍ନ ସ୍ଥାନରେ ସଭାସମିତି କରାଯାଇଛି। ଏହି ଅବସରରେ କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଦଳୀୟ ମୁଖ୍ୟ କାର୍ଯ୍ୟାଳୟରୁ ଇନ୍ଦିରା ଗାନ୍ଧୀ ମେମୋରିଆଲ୍ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା। ଏଥିରେ ଗୁଲାମ ନବୀ ଆଜାଦ, ଆନନ୍ଦ ଶର୍ମା ଓ ଅହମଦ ପଟେଲଙ୍କ […]

indira

Rakesh Mallick
  • Published: Monday, 31 October 2016
  • , Updated: 31 October 2016, 03:07 PM IST

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କର ଆଜି ତିରୋଧାନ ଦିବସ। ୧୯୮୪ ଅକ୍ଟୋବର ୩୧ରେ ତାଙ୍କୁ ହତ୍ୟା କରାଯାଇଥିଲା। ତାଙ୍କୁ ମନେ ପକାଇ ଆଜି ଦେଶର ବିଭିନ୍ନ ସ୍ଥାନରେ ସଭାସମିତି କରାଯାଇଛି। ଏହି ଅବସରରେ କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଦଳୀୟ ମୁଖ୍ୟ କାର୍ଯ୍ୟାଳୟରୁ ଇନ୍ଦିରା ଗାନ୍ଧୀ ମେମୋରିଆଲ୍ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା। ଏଥିରେ ଗୁଲାମ ନବୀ ଆଜାଦ, ଆନନ୍ଦ ଶର୍ମା ଓ ଅହମଦ ପଟେଲଙ୍କ ସମେତ ଦଳର ଅନେକ ବଡ଼ ନେତାମାନେ ସାମିଲ ହୋଇଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଇଛନ୍ତି। ସେ  ଟ୍ୱିଟ୍ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଆଜି ଦେଶର ପ୍ରଥମ ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ। ଏହି ଅବସରରେ ଆଜି ଦେଶବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଆଜିର ଦିନକୁ ଦେଶର ଏକତା ଦିବସ ଭାବେ ପାଳନ କରାଯାଏ। ଏହି ଅବସରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Related story