ନୂଆଦିଲ୍ଲୀ: କ୍ରମାଗତ ତୈଳ ଦରବୃଦ୍ଧିକୁ ନେଇ ସମଗ୍ର ଦେଶରେ ପ୍ରବଳ ଜନଅସନ୍ତୋଷ ତେଜିବା ପରେ ଏହାକୁ ପ୍ରସମିତ କରିବା ପାଇଁ କେନ୍ଦ୍ର ସରକାର ପ୍ରୟାସ କରିଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ନେଇ ଆଜି ସରକାର ଘୋଷଣା କରିଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଲିଟର ପ୍ରତି ୨ ଟଙ୍କା ହ୍ରାସ କରାଯାଇଛି। ତୈଳ ଉପରୁ ଉତ୍ପାଦ ଶୁଳ୍କ ହ୍ରାସ ପାଇଁ ସରକାର ନିଷ୍ପତ୍ତି ନେଇଥିବାରୁ ଦର କମିଛି।
ନୂଆ ଦର ଆଜି ମଧ୍ୟ ରାତ୍ରରୁ ଲାଗୁ ହେବ। କୁହାଯାଉଛି ୨୦୧୪ ପରେ କେନ୍ଦ୍ର ସରକାର ତୈଳ ଉପରେ ୧୨୬ ପ୍ରତିଶତ ଉତ୍ପାଦ ଶୁଳ୍କ ବୃଦ୍ଧି କରିଛନ୍ତି। ଆଉ ଡିଜେଲ ଉପରେ ୩୭୪ ପ୍ରତିଶତ ଉତ୍ପାଦ ଶୁଳ୍କ ବୃଦ୍ଧି କରିଛନ୍ତି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଲିଟରପ୍ରତି ୬୯.୭୧ ଟଙ୍କା ରହିଛି ଏବଂ ଡିଜେଲ ୬୩.୩୮ ଟଙ୍କା ରହିଛି। କିଛି ଦିନତଳେ ତେଲ ଦରକୁ ନେଇ ବିଜେଡି ପକ୍ଷରୁ ରାଜ୍ୟରେ ହରତାଳ କରାଯାଇଥିଲା। ଏହାକୁ ନେଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଥିଲେ। ତେଲ ଦର କମିବା ନେଇ ସେ ଆଶ୍ୱସନା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।