ନୂଆଦିଲ୍ଲୀ: ବିଶ୍ୱ ଅର୍ଥନୀତିରେ ଦେଖା ଦେଇଥିବା ଅସ୍ଥିରତାର ପ୍ରଭାବ ଭାରତୀୟ ଅର୍ଥନୀତି ଉପରେ ପଡିଛି। ଏହାକୁ ନେଇ ଚିନ୍ତାରେ ମୋଦି ସରକାର। ମଙ୍ଗଳବାର ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୪୦ଟି ଶିଳ୍ପସଂସ୍ଥାର ମୁଖ୍ୟଙ୍କୁ ଭେଟିଛନ୍ତି। ମୋଦିଙ୍କ ସେଭେନ୍ ରେସକୋର୍ସ ବାସଭବନରେ ଏନେଇ ବୈଠକ ଚାଲିଛି। ଏଥିରେ ରିଲାଏନ୍ସ ଇଣ୍ଡଷ୍ଟ୍ରୀର ମୁଖ୍ୟ ମୁକେଶ ଅମ୍ୱାନୀ, ଟାଟା ଗ୍ରୁପ୍ ଚେୟାରମ୍ୟାନ୍ ସାଇରସ୍ ମିସ୍ତ୍ରୀ, ଅଦାନୀ ଗ୍ରୁପ୍ ମୁଖ୍ୟ ଗୌତମ୍ ଅଦାନୀ ଓ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଅରୁନ୍ଧତୀ ଭଟ୍ଟାଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଛନ୍ତି। ବୈଠକରେ ଆରବିଆଇ ଗଭର୍ଣ୍ଣର ରଘୁରାମ ରାଜନ ଓ ନୀତି ଆୟୋଗ ଉପାଧ୍ୟକ୍ଷ ଅରବିନ୍ଦ ପନଗାଢ଼ିଆ ମଧ୍ୟ ଯୋଗ ଦେଇଛନ୍ତି। ଏଥିରେ ବିଶ୍ୱ ଅର୍ଥନୀତିରେ ଭାରତ ପାଇଁ ବିଭିନ୍ନ ସୁଯୋଗକୁ ନେଇ ଚର୍ଚ୍ଚା ହେଉଛି। ଏଥିସହ ଅର୍ଥ ବ୍ୟବସ୍ଥାରେ ବିଭିନ୍ନ ଚ୍ୟାଲେଞ୍ଜ ଓ ସେୟାର ବଜାର ଅବନତିର କାରଣକୁ ନେଇ ମଧ୍ୟ ଆଲୋଚନା ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।