ନୂଆଦିଲ୍ଲୀ: ଗରିବ ପରିବାରକୁ ମିଳିବ ମାଗଣା ବିଜୁଳି ସଂଯୋଗ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ‘ସୌଭାଗ୍ୟ’ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହା ସଂପୂର୍ଣ୍ଣ ନିଃଶୁଳ୍କ ରହିବ। ଆଜିର କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି କହିଲେ ଯେ,ଏବେ ବି ଦେଶର ୪ କୋଟି ପରିବାର ବିଜୁଳି ଆଲୁଅରୁ ବଞ୍ଚିତ। ଦେଶର ୨୯୮୬ଟି ଗାଁରେ ଏଯାବତ ବିଜୁଳି ସଂଯୋଗ ନାହିଁ। ଅତିଶୀଘ୍ର ସଂପୃକ୍ତ ଗାଁ ଗୁଡ଼ିକୁ ବିଜୁଳି ସଂଯୋଗ ଦିଆଯିବ।
ସୌଭାଗ୍ୟ ଯୋଜନାରେ ୧୬ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ସେହି ଅନୁଯାୟୀ ୫ଟି ଏଲଇଡି ବଲ୍ବ, ଗୋଟିଏ ବ୍ୟାଟେରି ଏବଂ ଗୋଟିଏ ଫ୍ୟାନ୍ ଯୋଗାଇ ଦିଆଯିବ। ଏହାଛଡ଼ା ୫ବର୍ଷ ଯାଏ ଏସବୁର ମରାମତି ଖର୍ଚ୍ଚ ସରକାର ବହନ କରିବେ। ୨୦୧୯ ମାର୍ଚ ମାସ ସୁଦ୍ଧା ଦେଶର ସମସ୍ତ ଗରିବ ପରିବାରରେ ବିଜୁଳି ପହଂଚାଇବା ଲକ୍ଷ୍ୟ ରଖାଯାଇଛି। ପୂର୍ବରୁ ଉଜ୍ଜ୍ୱଳା ଯୋଜନାରେ ୨୬ଶହ କୋଟି ଏଲିଡି ବଲବ୍ ଯୋଗାଇ ଦିଆଯାଇଛି ବୋଲି ମୋଦି କହିଛନ୍ତି। ଫଳରେ ୧୩ ହଜାର ୭ ଶହ କୋଟିର ବିଜୁଳି ବିଲ କମିପାରିଛି। କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।