ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସମୟରେ ଦେଶର ବିଭିନ୍ନ ପ୍ରସଙ୍ଗ ବାବଦରେ ରାଷ୍ଟ୍ରପତିଙ୍କୁ ଅବଗତ କରାଇଛନ୍ତି ପ୍ରଧାନମନ୍ତ୍ରୀ। ଜାତୀୟ ଏବଂ ଅନ୍ତ୍ରର୍ଜାତୀୟ ପ୍ରସଙ୍ଗରେ ରାଷ୍ଟ୍ରପତିଙ୍କ ସହିତ ପ୍ରାୟ ଅଧଘଣ୍ଟାଏ ଧରି ପ୍ରଧାନମନ୍ତ୍ରୀ ଆଲୋଚନା କରିଥିବା ସୂଚନା ରହିଛି। ରାଷ୍ଟ୍ରପତି ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି।
https://twitter.com/rashtrapatibhvn/status/1279674789024546816
ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରି ଗୁଲଓ୍ୱାନ ଉପତ୍ୟକାରେ ହୋଇଥିବା ସଂଘର୍ଷରେ ଆହତ ଯବାନଙ୍କୁ ଭେଟିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି। ଅନ୍ୟପଟେ ଚୀନ ସହିତ ବଢ଼ୁଥିବା ବିବାଦକୁ ଦେଖି ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିବା ସୂଚନା ରହିଛି। ରାଷ୍ଟ୍ରପତି ତିନି ସେନାର କମାଣ୍ଡର। ତେଣୁ ପ୍ରଧାନମନ୍ତ୍ରୀ ଲେହ ଗସ୍ତ ସାରି ଫେରିବା ପରେ ସେନାର ସ୍ଥିତି ନେଇ ରାମନାଥ କୋବିନ୍ଦଙ୍କୁ ଅବଗତ କରାଇଥିବା ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ସ୍ପେସ ଡକିଂ କ୍ଷେତ୍ରରେ ଇତିହାସ ରଚିବ ଇସ୍ରୋ, ୩ ମିଟର ଟ୍ରାଏଲ୍ ସଫଳ
ରାତି ୨ଟା ବେଳେ ୨ଟି ଉପଗ୍ରହ ମଧ୍ୟରେ ଦୂରତା ୧୦୫ ମିଟର ଥିଲା।
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।