ନୂଆଦିଲ୍ଲୀ: ଗୁଡସ ଆଣ୍ଡ ସର୍ଭିସେସ୍ ଟ୍ୟାକ୍ସ (ଜିଏସଟି) ଉପରେ ଆଲୋଚନା ପାଇଁ ଆଜି ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ ବସିବ। ଏଥିରେ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଓ ରାଜ୍ୟ ଅର୍ଥ ବିଭାଗ ଅଧିକାରୀମାନେ ଯୋଗଦେବେ। ପ୍ରସ୍ତାବିତ ଜିଏସଟିକୁ ନେଇ ରହିଥିବା ବିବାଦୀୟ ପ୍ରସଙ୍ଗ ଉପରେ ବୈଠକରେ ଆଲୋଚନା କରାଯିବ। ବିଶେଷ କରି ବିଜିନେସ୍ ପ୍ରସେସେସ୍ ଅନ୍ ଜିଏସଟି ରେଜିଷ୍ଟ୍ରେସନ, ରିଫଣ୍ଡସ ଆଣ୍ଡ ପେମେଣ୍ଟ ସମ୍ପର୍କିତ ଡ୍ରାଫ୍ଟ ରିପୋର୍ଟ ଉପରେ ଆଲୋଚନା କରାଯିବାର କାର୍ଯ୍ୟକ୍ରମ ରହିଛି। ଜିଏସଟି ସମ୍ପର୍କୀତ ପାର୍ଲାମେଣ୍ଟାରୀ ଷ୍ଟାଣ୍ଡିଂ କମିଟିର କଂଗ୍ରେସ ସଦସ୍ୟମାନେ ଉଠାଇଥିବା ୮ଦଫା ଆପତ୍ତି ଉପରେ ମଧ୍ୟ ବୈଠକରେ ଆଲୋଚନା ହେବାର ଅଛି। କମିଟି ଗତ ମେ’ ମାସରୁ ଜିଏସଟି ବିଲ୍ ଉପରେ ନିଜର ରିପୋର୍ଟ ପାର୍ଲାମେଣ୍ଟକୁ ଦେଇସାରିଛି। ଆଗାମୀ ଶୀତ ଅଧିବେଶନରେ କେନ୍ଦ୍ର ସରକାର ଜିଏସଟି ବିଲ୍ ରାଜ୍ୟସଭାରେ ପାସ୍ କରାଇବା ଯୋଜନାରେ ଅଛନ୍ତି। ୨୦୧୬ ଏପ୍ରିଲ ପହିଲାରୁ ଜିଏସଟି ଲାଗୁ କରିବାକୁ ଲକ୍ଷ୍ୟ ରଖାଯାଇଛି। ତେଣୁ ଏହି ବିଲ୍ ପାସ୍ କରାଇବା ଲାଗି ଆଗାମୀ ଶୀତ ଅଧିବେଶନ ସରକାରଙ୍କ ପାଇଁ ଶେଷ ସୁଯୋଗ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।