ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା। କେବଳ ପୁରୀରେ ରଥଯାତ୍ରା ପାଳନ କରାଯାଏ ନାହିଁ। ଦେଶ ଓ ଦେଶ ବାହାରେ ବିଭିନ୍ନ ସ୍ଥାନରେ ମଧ୍ୟ ରଥ ଟଣାଯାଇଥାଏ । ଆଜି ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି।
ଉଭୟ ନେତା ସମଗ୍ର ଦେଶବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି। ସେହିଭଳି ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ଇଂରାଜୀ ଓ ହିନ୍ଦୀ ସହିତ ଓଡ଼ିଆରେ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।
ପବିତ୍ର ରଥଯାତ୍ରାର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ।
ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆସୁ, ଏହାହିଁ ମୋର କାମନା ।
- ରାଷ୍ଟ୍ରପତି କୋବିନ୍ଦ
— President of India (@rashtrapatibhvn) July 4, 2019
Best wishes to everyone on the special occasion of the Rath Yatra.
We pray to Lord Jagannath and seek his blessings for the good health, happiness and prosperity of everyone.
Jai Jagannath. pic.twitter.com/l9v36YlUQ5
— Narendra Modi (@narendramodi) July 4, 2019
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।