ଶ୍ରୀନଗର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜମ୍ମୁ ଗସ୍ତ ପୂର୍ବରୁ ସାମ୍ଭା ଅଞ୍ଚଳର ଭାରତ-ପାକ ସୀମା ଦେଇ ଜଣେ ପାକିସ୍ତାନୀ ଆତଙ୍କବାଦୀ ଭାରତ ମଧ୍ୟକୁ ପଶିବାକୁ ଉଦ୍ୟମ କରିଥିଲା। ଆତଙ୍କବାଦୀ ଜଣଙ୍କ ଭାରତୀୟ ପୋଷ୍ଟ ନିକଟରେ ଲୁଚିଥିବା ଦେଖି ସୁରକ୍ଷାକର୍ମୀମାନେ ତା’ ଉପରକୁ ଗୁଳି ଚଳାଇଥିଲେ। ହେଲେ ଆତଙ୍କୀ ଜଣଙ୍କ ନିକଟରେ ଥିବା ବୁଦାମୂଳରେ ଲୁଚି ଯାଇ ଖସି ଯିବାକୁ ସକ୍ଷମ ହୋଇଥିଲା। ଏହି ଘଟଣା ପରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯିବା ସହ ପୁରା ଅଞ୍ଚଳରେ ସର୍ଚ୍ଚ ଅପରେସନ କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବଢ଼ାଇ ଦିଆଯାଇଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମାତା ବୈଷ୍ଣୋ ଦେବୀ ବିଶ୍ୱବିଦ୍ୟାଳୟର ସମାରୋହରେ ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।
Politics
କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୋଦିଙ୍କ କୋର୍ଟକୁ ବଲ ଫିଙ୍ଗିଲେ ଏକନାଥ ସିନ୍ଦେ
ବିଜେପି ହାଇକମାଣ୍ଡଙ୍କ କଥା ସିନ୍ଦେ ମାନିବେ ବୋଲି କହି ସାରିଥିବାରୁ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାରର ସ୍ପଷ୍ଟ ହୋଇସାରିଛି।