କୋଲକାତା: ଗତକାଲି ପଶ୍ଚମବଙ୍ଗ ପୁରୁଲିଆରେ ବିଜେପି କର୍ମୀ ଦୁଲାଲ କୁମାରଙ୍କ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି କହିଛି ପଶ୍ଚିମବଙ୍ଗ ପୋଲିସ। ଦୁଲାଲ ଆତ୍ମହତ୍ୟା କରିଥିବା ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡ଼ିଛି ବୋଲି ପୁରୁଲିଆ ଏସ୍ପି ଆକାଶ ମାଘାରିଆ ଏକ ସମ୍ବାଦିକ ସମ୍ମିଳନୀରେ କହିଛନ୍ତି।
ଗତକାଲି ପୁରୁଲିଆ ବଳରାମପୁରରେ ବିଜେପି କର୍ମୀ ଦୁଲାଲ କୁମାରଙ୍କ ମୃତଦେହ ଏକ ବିଦ୍ୟୁତ୍ ଖୁଣ୍ଟରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଦୁଲାଲଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଥିଲା । ହେଲେ ପାଞ୍ଚଜଣିଆ ଡାକ୍ତରୀ ଦଳ ଶବ ବ୍ୟବଚ୍ଛେଦ କରିବା ପରେ ଦୁଲାଲ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ପୋଲିସ୍ କହିଛି।
ଏଣେ ଏହି ଘଟଣାକୁ ମିଛ ବୋଲି କହିଛନ୍ତି ଦୁଲାଲଙ୍କ ପରିବାର ଲୋକେ। ତାଙ୍କୁ ହତ୍ୟା କରାଯାଇଛି ବୋଲି ଅଭିଯୋଗ ହୋଇଛି। ମୃତକଙ୍କ ପତ୍ନୀ ଅଭିଯୋଗ କରିଛନ୍ତି ଯେ, “ମୋ ସ୍ୱାମୀ ୭ମାସ ତଳେ ବିଜେପିରେ ଯୋଗ ଦେଇଥିଲେ। ଯାହାକୁ ନେଇ ତୃଣମୂଳ କଂଗ୍ରେସ କର୍ମୀଙ୍କ ଚକ୍ଷୁଶୂଳ ହୋଇଥିଲେ ଓ ଶେଷରେ ତାଙ୍କୁ ହତ୍ୟା କରି ବିଦ୍ୟୁତ୍ ଖୁଣ୍ଟରେ ଟାଙ୍ଗି ଦିଆଯାଇଥିଲା।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।