ନୂଆଦିଲ୍ଲୀ: ପଟିଦାର ନେତା ତଥା ପଟିଦାର ଆନ୍ଦୋଳନର ସଂଯୋଜକ ନରେନ୍ଦ୍ର ପଟେଲଙ୍କୁ କିଣିବାକୁ ବିଜେପି କୋଟିଏ ଟଙ୍କା ଦେଇଥିବା ଅଭିଯୋଗ ପରେ ରାଜ୍ୟ ରାଜନୀତି ଉଷ୍ନ ହେବାର ଲାଗିଛି। ଏହି ଘଟଣାକୁ ନେଇ କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧି ଆଜି ବିଜେପିକୁ ଟାର୍ଗେଟ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି,“ଗୁଜରାଟ ଅମୂଲ୍ୟ, ଏହା ବିକ୍ରି ହେବା ଜିନିଷ ନୁହେଁ। ଏହାକୁ କେହି କିଣି ପାରିବେ ନାହିଁ କି କେବେ ବିକ୍ରି ହୋଇ ପାରିବ ନାହିଁ।”
କଂଗ୍ରେସ ନେତା ମନୀଷ ତିୱାରୀ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି,“ରାଜ୍ୟସଭା ନିର୍ବାଚନରେ କଂଗ୍ରେସ ବିଧାୟକଙ୍କୁ ବିଜେପି କିଣିବାକୁ ଚେଷ୍ଟା କରିଥିଲା।”
ସେ ଆହୁରି କହିଛନ୍ତି, “ ବିଜେପିକୁ ଭୋଟ ନ ଦେଲେ ଗୁଜରାଟକୁ ପଇସା ଦେବା ବନ୍ଦ କରିଦେବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟବାସୀଙ୍କୁ ଚେତାବନୀ ଦେଇଛନ୍ତି,।”
ମନୀଷ କହିଛନ୍ତି, “ଭାରତୀୟ ଜନତା ପାର୍ଟି ନିର୍ବାଚନକୁ ଡରୁଛି। ସେଥିପାଇଁ ନିର୍ବାଚନ ନ କରିବାକୁ ପାଇଁ ଚାହୁଁଛି। ବିଜେପି ଗୁଜରାଟରେ ହାରୁଛି। ସାଧାରଣଜନତା ବିଜେପି ବିରୋଧରେ ବିଦ୍ରୋହ କରିବା ଆରମ୍ଭ କଲେଣି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।