ନୂଆଦିଲ୍ଲୀ: କଂଗ୍ରେସ ସଭାପତି ପଦ ନିର୍ବାଚନ ଲାଗି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ରାହୁଲ ଗାନ୍ଧି। ଦଳୀୟ କାର୍ଯ୍ୟାଳୟରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ରାହୁଲ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। କଂଗ୍ରେସ ସଭାପତି ପଦ ଲାଗି ରାହୁଲ ଏକମାତ୍ର ପ୍ରାର୍ଥୀ ହେବା ଅନୁମାନ କରାଯାଉଛି। ଯଦି ଦଳରୁ ଆଉ କିଏ ପ୍ରାର୍ଥି ହୁଅନ୍ତି ତେବେ ୧୬ ତାରିଖରେ ନିର୍ବାଚନ ହେବ। ନଚେତ ରାହୁଲ ନିର୍ଦ୍ୱନ୍ଦ୍ୱରେ କଂଗ୍ରେସ ସଭାପତି ଭାବେ ନିର୍ବାଚିତ ହେବେ।
୨୦୧୩ରୁ କଂଗ୍ରେସର ଉପସଭାପତି ଦାୟିତ୍ୱ ତୁଲାଇ ଆସୁଥିବା ରାହୁଲ ତାଙ୍କ ମାଆ ସୋନିଆ ଗାନ୍ଧିଙ୍କ ସ୍ଥାନ ନେବେ। ସୋନିଆ ୧୯୯୮ ମସିହାରୁ ଏ ପର୍ଯ୍ୟନ୍ତ କଂଗ୍ରେସ ସଭାପତି ଥିଲେ।
ରାହୁଲଙ୍କ ଲାଗି ଓଡ଼ିଶାରୁ ପ୍ରସ୍ତାବକ ସାଜିଛନ୍ତି ୧୦ ଜଣ ନେତା। ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବିରୋଧୀ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ୧୦ ଜଣ ନେତା ଓଡ଼ିଶା ଆସିଥିବା କଂଗ୍ରେସର ସାଂଗଠନିକ ନିର୍ବାଚନ ପ୍ରକ୍ରିୟାର ଅତିରିକ୍ତ ନିର୍ବାଚନ ଅଧିକାରୀ ଜୟଶଙ୍କର ପାଠକଙ୍କ ନିକଟରେ ପ୍ରସ୍ତାବକ ଭାବେ ସ୍ୱାକ୍ଷର କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।