ଜମ୍ମୁ: କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧି ବୁଧବାରଠାରୁ ତିନିଦିନିଆ ଗସ୍ତରେ ଜମ୍ମୁ ଓ କାଶ୍ମୀର ଗସ୍ତରେ ଆସିଛନ୍ତି। ତାଙ୍କର ଏହି ଗସ୍ତ ସମୟରେ ସେ ଭାରତ-ପାକିସ୍ତାନ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଥିବା ଗାଁକୁ ଯିବାର କାର୍ଯ୍ୟକ୍ରମ ରହିଛି। ପାକିସ୍ତାନ ଗୁଳିମାଡର ଶିକାର ହୋଇଥିବା ଜମ୍ମୁ, କାଶ୍ମୀର ଓ ଲଦାଖର ବିଭିନ୍ନ ଗାଁ ଲୋକଙ୍କୁ ଭେଟିବାର ଯୋଜନା କରିଛନ୍ତି କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧି। ପ୍ରଥମ ପର୍ଯ୍ୟାୟରେ ସେ ଜମ୍ମୁ ସୀମାନ୍ତବର୍ତ୍ତୀ ଅଞ୍ଚଳ ଯାଇଥିବା ଜଣାପଡିଛି। ସେ ସେଠାରୁ ଫେରି ଗତ ଅଗଷ୍ଟ ୧୫ରୁ ଏପର୍ଯ୍ୟନ୍ତ ବାଲକୋଟ ଅଞ୍ଚଳର ପୁଞ୍ଚଠାରେ ପାକିସ୍ତାନ ଗୁଳି ମାଡରେ ୬ଜଣ ପ୍ରାଣ ହରାଇଥିବା ଗାଁ ଲୋକଙ୍କୁ ଭେଟିବାର ଯୋଜନା ରହିଛି। ଏହାସହ ରାହୁଲ ସ୍ଥାନୀୟ ନେତାଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ ଗତ କିଛି ଦିନ ହେବ ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତୀ ଉଲ୍ଲଘଂନ କରି ସୀମାନ୍ତବର୍ତ୍ତୀ ଗାଁ ଉପରକୁ ଗୁଳି ଓ ମୋର୍ଟାର ମାଡ ଜାରି ରଖିଛି। ରହୁଲଙ୍କ ଗସ୍ତକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।