ନୂଆଦିଲ୍ଲୀ: ଛାତିରେ ଯନ୍ତ୍ରଣା ଅନୁଭବ କରିବାକୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିବା ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜଙ୍କୁ ଆଜି କଂଗ୍ରେସ ଉପ-ସଭାପତି ରାହୁଲ ଗାନ୍ଧୀ ଭେଟିଥିଲେ ଓ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ଡାକ୍ତରଙ୍କୁ ପଚାରି ବୁଝିଥିଲେ।
ଏପ୍ରିଲ୍ ୨୫ ତାରିଖରୁ ସୁଷମା ଏମ୍ସରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଦ୍ରୁତ ଉନ୍ନତି ହେଉଛି ଓ ସେ ଖୁବ୍ଶୀଘ୍ର ଡାକ୍ତରଖାନାରୁ ଡିସ୍ଚାର୍ଜ ହେବେ ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ କହିଛନ୍ତି। ସୁଷମାଙ୍କ ଚିକିତ୍ସା ପାଇଁ ଏକ ଡାକ୍ତରୀଦଳ ଗଠନ କରାଯାଇଛି।
ଗତବର୍ଷ ଯେତେବେଳେ ସୁଷମା ଅସୁସ୍ଥ ଥିଲେ ସେତେବେଳେ ମଧ୍ୟ ରାହୁଲ ତାଙ୍କୁ ଭେଟି ଥିଲେ। ସେତେବେଳେ ରାହୁଲଙ୍କ ସହିତ ତାଙ୍କ ମା’ ସୋନିଆ ଗାନ୍ଧୀ ମଧ୍ୟ ସୁଷମାଙ୍କୁ ଭେଟିବାକୁ ଯାଇଥିଲେ।
ସୂଚନାଯୋଗ୍ୟ, ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏମ୍ସ ଯାଇ ସୁଷମାଙ୍କୁ ଭେଟିଥିଲେ। ସେ ରାତି ପ୍ରାୟ ୯ଟା ବେଳେ ସେଠାକୁ ଯାଇଥିଲେ ଓ ପ୍ରାୟ ଅଧାଘଣ୍ଟା ରହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।