ନୂଆଦିଲ୍ଲୀ: ଶାସ୍ତ୍ରୀ ଭବନ ପରେ ରେଳ ଭବନରେ ପ୍ରବେଶ କରିଛି କରୋନା। ରେଳ ଭବନରେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ଥିବା ରେଳ ଭବନକୁ ଆସନ୍ତା ୨ ଦିନ ପାଇଁ ସିଲ କରି ଦିଆଯାଇଛି।
କର୍ମଚାରୀଙ୍କ ସମ୍ପର୍କରେ ସରକାରଙ୍କ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇନାହିଁ। ତଥାପି ସେ ଆରପିଏଫର କ୍ଲର୍କ ଭାବେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ସେ ମେ’ ୬ରୁ କ୍ୱାରେଣ୍ଟାଇନରେ ରହିଥିଲେ।
ବୁଧବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ କୋଭିଡ ୱାର୍ଡରେ ଭର୍ତ୍ତି କରାଯାଇଛି। ଏବେ ପୂରା ରେଳ ଭବନକୁ ସାନିଟାଇଜ କରାଯାଉଛି। ସେହିପରି କର୍ମଚାରୀଙ୍କ ସିଧାସଳଖ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ମଧ୍ୟ ଟ୍ରାକ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।