ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ଶେଷ ହୋଇ ସରକାର ଗଠନ ହୋଇଛି। ହେଲେ ନିର୍ବାଚନ ପୂର୍ବରୁ ବିହାରର ରାଜ୍ୟସଭା ସାଂସଦ ରାମବିଳାଶ ପାଶଓ୍ୱାନଙ୍କର ଦେହାନ୍ତ ହୋଇଥିଲା। ଏବେ ଏହି ଆସନ ଖାଲି ପଡ଼ିଛି। ନିର୍ବାଚନ କମିଶନ ଏହି ଆସନରେ ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଡିସେମ୍ବର ୧୪ରେ ଏହି ଆସନ ପାଇଁ ଭୋଟ୍ ହେବ।
ଅକ୍ଟୋବର ୮ ରେ ରାମ ବିଳାଶ ପାଶୱାନଙ୍କର ମୃତ୍ୟୁ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ହୋଇପଡିଥିଲେ। ଏହାପରେ ସେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବେଳେ ହୃଦଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କର ଦେହାନ୍ତ ହୋଇଥିଲା।
ଲୋକ ଜନଶକ୍ତି ପାର୍ଟିର ପ୍ରତିଷ୍ଠାତା ହେଉଛନ୍ତି ପାଶଓ୍ୱାନ। ମୋଦି ସରକାରରେ ଉପଭୋକ୍ତା ବ୍ୟାପାର, ଖାଦ୍ୟ ଏବଂ ଜନସାଧାରଣ ବଣ୍ଟନ ମନ୍ତ୍ରୀ ଥିଲେ। ଏହା ସହ ସେ ୨୦୧୯ ରେ ବିହାରରୁ ରାଜ୍ୟସଭା ଆସନରେ ନିର୍ବାଚିତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।