ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାମ ମନ୍ଦିର ବାବ୍ରି ମସଜିଦ ବିବାଦକୁ ନେଇ ମତବ୍ୟକ୍ତ କରିଛନ୍ତି ଆର୍ଟ ଅଫ ଲିଭିଙ୍ଗ ଫାଉଣ୍ଡେସନ୍ ମୁଖ୍ୟ ଶ୍ରୀ ଶ୍ରୀ ରବିଶଙ୍କର। ରାମ ମନ୍ଦିର ନିର୍ମାଣକୁ ନେଇ ଲାଗି ରହିଥିବା ବିବାଦର ଆପୋଷ ବୁଝାମଣା ପାଇଁ ଅନୁରୋଧ କରିଛନ୍ତି ରବିଶଙ୍କର। ବର୍ତ୍ତମାନ ସମୟରେ ଉଭୟ ପକ୍ଷ ଶାନ୍ତି ଚାହୁଁଥିବା ସେ କହିଛନ୍ତି। ଯଦି, ଆବଶ୍ୟକ ପଡ଼େ ତେବେ ସେ ନିଜେ ମଧ୍ୟସ୍ତି କରିବେ ବୋଲି କହିଛନ୍ତି। ନିରମୋହି ଆଖଡ଼ା ଏବଂ ମୁସଲିମ୍ ପର୍ସନାଲ ବୋର୍ଡ ଶ୍ରୀଶ୍ରୀ ରବିଶଙ୍କରକୁ ଏନେଇ ପରାମର୍ଶ ମାଗିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ପୂର୍ବରୁ ସମସ୍ତ ପକ୍ଷର ସହମତିରେ ନିଷ୍ପତ୍ତି ବାହାରିବା ଆବଶ୍ୟକତା ରହିଥିବା ରବିଶଙ୍କର ଦୋହରେଇଛନ୍ତି। ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ବିବାଦ ସୁପ୍ରିମକୋର୍ଟରେ ବିଚାରଧିନ ରହିଛି। ତେବେ ସବୋର୍ଚ୍ଚ କୋର୍ଟ ମାମଲାର ଆପୋଷ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।