ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଯେମିତି ବଢ଼ିଛି ଆରୋଗ୍ୟ ହାର ମଧ୍ୟ ସେହିପରି ବଢ଼ି ଚାଲିଛି। ଶୁକ୍ରବାର ଦେଶରେ ଆରୋଗ୍ୟ ହାର ବୃଦ୍ଧି ପାଇ ୫୮.୨୪ ପ୍ରତିଶତ ହୋଇଛି।
ବିଗତ ୨୪ ଘଣ୍ଟାରେ ୧୩,୯୪୦ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ନୂଆ ଆରୋଗ୍ୟଙ୍କୁ ମିଶାଇଲେ ଦେଶରେ ଏଯାବତ ମୋଟ୍ ୨, ୮୫,୬୩୬ ଆରୋଗ୍ୟ ହୋଇଛନ୍ତି।
ସେହିପରି ଶୁକ୍ରବାର ଆସିଥିବା କରୋନା ରିପୋର୍ଟ ଅନୁଯାୟୀ ବିଗତ ୨୪ ଘଣ୍ଟାରେ ୧୭,୨୯୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଯାହାକି ଏଯାବତ ସର୍ବାଧିକ। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪,୯୦,୪୦୧ ହୋଇଛି। ଶୁକ୍ରବାର ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ପ୍ରତିଶତ ଦେଶର ୧୦ ସହରର ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି।
ସେହିପରି ଦେଶରେ କରୋନା ମୃତକଙ୍କ ସଂଖ୍ୟା ୧୫, ୩୦୧ ହୋଇଛି। ଶୁକ୍ରବାର ୪୦୭ ଜଣ କରୋନାରେ ମୃତ୍ୟୁ ବରଣ କରିଥିବା ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।