ନୂଆଦିଲ୍ଲୀ: ରେବା କ୍ଷେତ୍ରପାଲ୍ ଗୁରୁବାର ଦିଲ୍ଲୀ ଲୋକାୟୁକ୍ତ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ଆୟୋଜିତ ଶପଥ ପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ , ସ୍ୱାସ୍ଥ୍ୟମନ୍ତ୍ରୀ, ପରିବହନ ମନ୍ତ୍ରୀ ଓ ବିରୋଧୀ ଦଳ ନେତା ବିଜେନ୍ଦ୍ର ଗୁପ୍ତା ଉପସ୍ଥିତି ଥିଲେ।
ଗତ ଅକ୍ଟୋବର ମାସରେ ଉପରାଜ୍ୟପାଳ ନଜିବ୍ ଜଙ୍ଗ୍ , ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି, ମୁଖ୍ୟମନ୍ତ୍ରୀ ଏବଂ ବିଜେପି ବିଧାୟକ ବିଜେନ୍ଦ୍ର ଗୁପ୍ତାଙ୍କ ମଧ୍ୟରେ ହୋଇଥିବା ବୈଠକରେ ରେବା କ୍ଷେତ୍ରପାଲଙ୍କ ନାଁ ଉପରେ ସହମତି ପ୍ରକାଶ ପାଇଥିଲା।
ସୂଚନାଯୋଗ୍ୟ, ଗତବର୍ଷ ରେବା କ୍ଷେତ୍ରପାଲ ଦିଲ୍ଲୀ ହାଇକୋର୍ଟରୁ ବିଚାରପତି ଭାବେ ଅବସର ଗ୍ରହଣ କରିଛନ୍ତି। ସେ ୨୩ ନଭେମ୍ୱର ୧୯୫୨ରେ ସିମଲାରେ ଜନ୍ମ ଗ୍ରହଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।