ଚଣ୍ଡୀଗଡ଼: ପଞ୍ଜାବ ବିଧାନସଭା ଉପନିର୍ବାଚନରେ ୪ଟି ଆସନରୁ ୩ଟିରେ କ୍ଷମତାସୀନ କଂଗ୍ରେସ ବାଜିମାତ କରିଛି। ଅନ୍ୟପକ୍ଷରେ ବିଜେପିର ସହଯୋଗୀ ଦଳ ଶିରୋମଣି ଅକାଳୀ ଦଳ ଗୋଟିଏ ସନ୍ତୁଷ୍ଟ ରହିଛି। କିନ୍ତୁ ବିଜେପି ଗୋଟିଏ ଆସନ ମଧ୍ୟ ଜିତିପାରିନାହିଁ।
କଂଗ୍ରେସ ଜଲାଲାବାଦ, ଫଗୱାରା ଏବଂ ମୁକେରିଆନ୍ ଜିତିଥିବାବେଳେ ଶିରୋମଣି କେବଳ ଦଖା ଆସନରେ ଜିତିଛି। ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଅମରିନ୍ଦର ସିଂହ ଦଳର ବିଜୟକୁ ଭୁରି ଭୁରି ପ୍ରଶଂସା କରିଛନ୍ତି ସେ କହିଛନ୍ତି, ଶିରୋମଣି ଅକାଳୀ ଦଳ ମୁଖ୍ୟ ସୁଖବୀର ବାଦଲଙ୍କ ଗଡ଼ କୁହାଯାଉଥିବା ଜଲାଲବାଦର ଲୋକେ ଏହି ଦଳର ନକାରାତ୍ମକ ରାଜନୀତିକୁ ଅଗ୍ରାହ୍ୟ କରିଛନ୍ତି।
ଏହି ଅବସରରେ ସେ ଅକାଳୀଦଳର ରାଜ ସିଂହ ଦିବପୁରା ୧୬,୬୩୩ ଭୋଟ୍ରେ ହାରିବାକୁ ପରୋକ୍ଷରେ କଟାକ୍ଷ କରିଛନ୍ତି। ଏହି ଆସନ ବ୍ୟତୀତ ଫଗୱାରାରେ କଂଗ୍ରେସ ପ୍ରାର୍ଥୀ ବଲୱିନ୍ଦର ସିଂହ ଧଲିୱାଲ ବିଜେପି ପ୍ରାର୍ଥୀ ରାଜେଶ ବାଘାଙ୍କୁ ୨୬,୧୧୬ ଭୋଟ୍ ବ୍ୟବଧାନରେ ହରାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।